ନୟାଗଡ଼ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ପୁଣି ଏକ ନୂଆ ଇତିହାସ

ନୟାଗଡ଼, (ନୟାଗଡ଼ ଦର୍ପଣ): ଚଳିତ ମାଟ୍ରିକ୍ ପରୀକ୍ଷାରେ ଶିକ୍ଷାକେନ୍ଦ୍ରର ଛାତ୍ରଛାତ୍ରୀମାନେ ୧୦୦% (ଶତପ୍ରତିଶତ) ରେଜଲ୍ଟ କରି ବାଜିମାତ କରିବା ସହିତ ସମସ୍ତ ଛାତ୍ରଛାତ୍ରୀ ୫୦% ରୁ ଉର୍ଦ୍ଧ୍ବ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇ ପୁଣି ଏକ ନୂଆ ଇତିହାସ ରଚନା କରିଛନ୍ତି। ଯାହା ବିଦ୍ଯାଳୟ ପାଇଁ ଗର୍ବ ଓ ଗୌରବର ବିଷୟ ।
ଏହି ଉପଲକ୍ଷେ ଆଜି ଅପରାହ୍ନ ୦୨ଟା ସମୟରେ ବିଦ୍ଯାଳୟ ପରିସରରେ ଶିକ୍ଷାକେନ୍ଦ୍ରର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଏକ ଅଭିନନ୍ଦନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ଶିକ୍ଷାବିତ୍ ଭଗବାନ ଆଚାର୍ଯ୍ୟ , ଲେଙ୍କୁଡିପଡା ଉଚ୍ଚ ବିଦ୍ଯାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୌଦାମିନୀ ସ୍ବାଇଁ,ବରିଷ୍ଠ ଶିକ୍ଷକ ମାଣିକେଶ୍ଵର ସ୍ବାଇଁ,ପ୍ରଫୁଲ୍ଲ କୁମାର ପ୍ରଧାନ ଯୋଗଦେଇ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଗୋଟିଏ ଗୋଟିଏ ଗୋଲାପ ଫୁଲ ଦେଇ ମିଠା ଖୁଆଇ ଅଭିନନ୍ଦନ ଜଣାଇଥିଲେ।

ମୋଟ ୪୯ଜଣ ପରୀକ୍ଷାର୍ଥୀଙ୍କ ମଧ୍ଯରୁ ଏ-୧ରେ ଜଣେ, ଏ-୨ରେ ୦୩ ଜଣ, ବି-୧ରେ ୧୨ଜଣ, ବି-୨ରେ ୧୧ ଜଣ ଓ ସି- ୨୨ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏ-୧ ଗ୍ରେଡ୍ରେ ଉତ୍ତୀର୍ଣ୍ଣ ହୋଇଥିବା ସିମ୍ରନ୍ ନାୟକ ବିଦ୍ଯାଳୟର ସମ୍ମାନକୁ ଅକ୍ଷୁର୍ଣ୍ଣ ରଖିଛନ୍ତି। ମୋଟ ୪୯ ଜଣ ପରୀକ୍ଷାର୍ଥୀଙ୍କ ମଧ୍ଯରୁ ୦୧ ଜଣ ୯୦% ନମ୍ବର ରଖିଛନ୍ତି, ୦୩ ଜଣ ୮୦ ଶତକଡାରୁ ଉର୍ଦ୍ଧ୍ବ ନମ୍ବର ରଖିଛନ୍ତି, ୧୨ଜଣ ୭୦ପ୍ରତିଶତରୁ ଉର୍ଦ୍ଧ ନମ୍ବର ରଖିଥିବା ବେଳେ ୧୧ଜଣ ୬୦ପ୍ରତିଶତରୁ ଉର୍ଦ୍ଧ୍ୱ ନମ୍ବର ରଖି ବିଦ୍ଯାଳୟ ପାଇଁ ଗୌରବ ଅର୍ଜନ କରିଛନ୍ତି। ଶିକ୍ଷାକେନ୍ଦ୍ର ୧୦୦ ପ୍ରତିଶତ ରେଜଲ୍ଟ କରିବା ସହିତ ସମସ୍ତ ଛାତ୍ରଛାତ୍ରୀ ୫୦ ପ୍ରତିଶତରୁ ଉର୍ଦ୍ଧ୍ବ ନମ୍ବର ରଖିଥିବାରୁ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁ ସେବାବ୍ରତୀ ଗୁରୁଜୀ ଗୁରୁମା ଓ ଅଭିଭାବକ ମାନଙ୍କୁ ଧନ୍ଯବାଦ ଅର୍ପଣ କରିଛନ୍ତି। ସୂଚନା ଥାଉକି, ସମସ୍ତ ଛାତ୍ରଛାତ୍ରୀ ଲେଙ୍କୁଡିପଡା ଉଚ୍ଚ ବିଦ୍ଯାଳୟ ଅଧିନରେ ପରୀକ୍ଷା ଦେଇଥିଲେ।

Related posts