ନୟାଗଡ଼, (ନୟାଗଡ଼ ଦର୍ପଣ): ପ୍ରକାଶ ପାଇଛି ମାଟ୍ରିକ ଫଳ। ଚଳିତ ବର୍ଷ ଫଳାଫଳରେ ନୟାଗଡ଼ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ରର ସୌମ୍ଯା ସୁରଭି ମିଶ୍ର ୫୬୧ ନମ୍ବର ରଖି ଏ -୧ ଗ୍ରେଡ ହାସଲ କରିବା ସହ ଜିଲ୍ଲାରେ ଦ୍ବିତୀୟ ଏବଂ ନୟାଗଡ଼ ବ୍ଲକରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେ ନୟାଗଡ଼ ବ୍ଲକ୍ ଅନ୍ତର୍ଗତ ଡିଆଁପଡା ଗ୍ରାମର ବିଜୟ କୁମାର ମିଶ୍ର ଓ ବେବିନା ମିଶ୍ରଙ୍କ ସୁପୁତ୍ରୀ ଅଟନ୍ତି। ନିଜ ସଫଳତାର ଶ୍ରେୟ ସେ ନିଜ ବାପା, ମା ଏବଂ ବିଦ୍ଯାଳୟର ଶିକ୍ଷକ, ଶିକ୍ଷୟତ୍ରୀଙ୍କୁ ପ୍ରଦାନ କରିଛନ୍ତି। ନିଜ ପରିଶ୍ରମ ମୁତାବକ ଫଳ ପାଇ ଖୁସି ହେବା ସହିତ ଭବିଷ୍ଯତରେ ଡାକ୍ତରୀ ପଢିବାକୁ ଇଛା ରଖିଛନ୍ତି ସୌମ୍ଯା।
Related posts
-
ସିଭିଲ ସୋସାଇଟି ନୟାଗଡ଼ ପକ୍ଷରୁ ୭୬ତମ ଗଣତନ୍ତ୍ର ଦିବସ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ସିଭିଲ ସୋସାଇଟି ନୟାଗଡ଼ ପକ୍ଷରୁ ୭୬ତମ ଗଣତନ୍ତ୍ର ଦିବସ ସକାଳ ୦୭.୩୦ ସମୟରେ ସ୍ଥାନୀୟ ହୋଟେଲ ନିଳମାଧବ... -
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ୭୬ତମ ସାଧାରଣ ତନ୍ତ୍ର ଦିବସ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ନୟାଗଡ଼ ପୁରୁଣା ସହର ଜଗନ୍ନାଥ ମନ୍ଦିର ଯଦୁମଣି ମଣ୍ଡପଠାରେ ୭୬ତମ ସାଧାରଣତନ୍ତ୍ର... -
ସହରରେ ପାର୍କିଂ ଓ ଟ୍ରାଫିକ ସମସ୍ୟା ନେଇ ସାମ୍ବାଦିକଙ୍କ ଅସନ୍ତୋଷ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହରରେ ସୃଷ୍ଟି ହେଉଥିବା ଟ୍ରାଫିକ ସମସ୍ୟା ଓ ପାର୍କିଂ ସମସ୍ୟାକୁ ନେଇ ଜିଲ୍ଲା ସାମ୍ବାଦିକମାନେ ଗଭୀର ଉଦବେଗ...