Blog

ମାଟ୍ରିକ୍ ପରୀକ୍ଷାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ଛାତ୍ରଛାତ୍ରୀଙ୍କ ବାଜିମାତ

ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ମାଟ୍ରିକ୍ ପରୀକ୍ଷାରେ ଶିକ୍ଷାକେନ୍ଦ୍ରର ଛାତ୍ରଛାତ୍ରୀମାନେ ୧୦୦% (ଶତପ୍ରତିଶତ) ରେଜଲ୍ଟ କରି ବାଜିମାତ କରିବା ସହିତ ସମସ୍ତ ଛାତ୍ରଛାତ୍ରୀ ୫୦% ରୁ ଉର୍ଦ୍ଧ୍ବ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇ ପୁଣି ଏକ ନୂଆ ଇତିହାସ ରଚନା କରି ବିଦ୍ଯାଳୟ ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଛନ୍ତି। ୩୩ ଜଣ ପରୀକ୍ଷାର୍ଥୀଙ୍କ ମଧ୍ଯରୁ ଏ-୧ରେ ୦୧ଜଣ, ଏ-୨ରେ ୦୩ ଜଣ, ବି-୨ରେ ୧୭ଜଣ ଓ ସି-ଗ୍ରେଡ୍ ରେ ୧୨ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏ-୧ ଗ୍ରେଡ୍ ରେ ଉତ୍ତୀର୍ଣ୍ଣ ହୋଇଥିବା ହନିମେଷ ଡାକୁଆ ୫୫୦ ନମ୍ବର ରଖି ବିଦ୍ଯାଳୟର ସମ୍ମାନକୁ ଅକ୍ଷୁର୍ଣ୍ଣ ରଖିବା ସହିତ ଭବିଷ୍ଯତରେ ଜଣେ ଇଂଜିନିୟର ହେବା ପାଇଁ ଆଶା ରଖିଛନ୍ତି। ବିଦ୍ଯାଳୟର ସମସ୍ତ ଛାତ୍ରଛାତ୍ରୀ ୫୦%ରୁ ଉର୍ଦ୍ଧ୍ବ ନମ୍ବର ରଖିଥିବାରୁ  ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଯୁକ୍ତ ଶ୍ରୀଧର ସାହୁ ସେବାବ୍ରତୀ ଗୁରୁଜୀ…

Read More

ସୋହମ ତରଫରୁ ‘ଜାଗତେ ରହୋ ଭାରତ ଯାତ୍ରା’କୁ ନୟାଗଡରେ ସ୍ଵାଗତ

ନୟାଗଡ, (ନୟାଗଡ଼ ଦର୍ପଣ): ନୟାଗଡର ଅଗ୍ରଣୀ ସ୍ଵେଚ୍ଛାସେବୀ ସଙ୍ଗଠନ “ସୋହମ” ତରଫରୁ ଗତ ମାର୍ଚ୍ଚ ୮ ତାରିଖରୁ ମାଉଣ୍ଟ ଆବୁରୁ ଆରମ୍ଭ ହୋଇ ୧୮ଟି ରାଜ୍ୟକୁ ପ୍ରାୟ ୧୮୦୦୦ କି.ମି ଅତିକ୍ରମ କରି ଆସନ୍ତା ଜୁନ ୭ ତାରିଖରେ ନୂଆଦିଲ୍ହୀରେ ପହଞ୍ଚିବାକୁ ଥିବା “ଜାଗତେ ରହୋ ଭାରତ ଯାତ୍ରା”କୁ ନୟାଗଡରେ ସ୍ଵାଗତ କରିଯାଇଥିଲା। ତତ୍ପରେ ନୟାଗଡ ସ୍ଥିତ ଭାରତ ବିକାଶ ପରିଷଦ ଭବନ ଠାରେ ସୋହମ ସଙ୍ଗଠନର ଉପସଭାପତି ତଥା ପରିବେଶବିତ ଶ୍ରୀଯୁକ୍ତ ଅନାଦି ଚରଣ ମହାନ୍ତିଙ୍କ ସଭାପତିତ୍ଵରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଏହି ଯାତ୍ରାର ମୁଖ୍ୟ କର୍ଣ୍ଣଧାର ତଥା ଦିଗଦର୍ଶକ ଓ ଗ୍ରାମୀଣ ବିକାଶ ମଣ୍ଡଳ, ହରିୟଣାର ପ୍ରତିଷ୍ଠତା ରାଜେନ୍ଦ୍ର କୁମାର ଏହି ଯାତ୍ରାର ଉଦ୍ଦେଶ୍ୟ ଓ ଲକ୍ଷ୍ୟ ବିଷୟରେ ସବିଶେଷ  ଆଲୋଚନା କରିଥିଲେ। ନାରୀମାନଙ୍କ ସମ୍ମାନ ଓ ନାରୀ ନିର୍ଯ୍ୟାତନା ବିରୋଧରେ…

Read More

କଷ୍ଟିଡାକୁଆ ଭବନରେ ଶ୍ରମିକ ଦିବସ

ନୟାଗଡ଼, (ନୟାଗଡ଼ ଦର୍ପଣ)। ନୟାଗଡ଼ରେ କଷ୍ଟିଡାକୁଆ ଭବନଠାରେ ଶ୍ରମିକ ନେତା ପବିତ୍ର ଇନ୍ଦ୍ରଜିତଙ୍କ ଅଧ୍ୟକ୍ଷତାରେ ଆନ୍ତର୍ଜାତିକ ଶ୍ରମିକ ଦିବସ ଅବସରରେ ବସ୍ତିବାସିନ୍ଦା ସଂଘର ନେତା କରିମ୍ ଖାଁ ଙ୍କ ଦ୍ଵାରା ରକ୍ତପତାକା ଉତ୍ତୋଳନ କରାଯାଇଥିଲା। ସିଆଇଟିୟୁର ବରିଷ୍ଠ ନେତା ବିଶ୍ଵନାଥ ମହାପାତ୍ର ମଇଦିବସର ଇତିହାସ ଓ ତାତ୍ପର୍ଯ୍ୟ ଉପରେ ଆଲୋକପାତ କରି ଅଧୁନା ଶ୍ରମିକ କୃଷକମାନଙ୍କ ସ୍ଵାର୍ଥ ବିରୋଧରେ ଚାଲିଥିବା ବିଶ୍ଵବ୍ୟାପୀ ପୁଞ୍ଜିବାଦୀ ଚକ୍ରାନ୍ତ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବା ସହିତ ଆସନ୍ତା ମଇ୨୦ ସାଧାରଣ ଧର୍ମଘଟକୁ ସଫଳ କରିବାପାଇଁ ଆହ୍ୱାନ ଦେଇଥିଲେ।

Read More

ନୟାଗଡ଼ରେ ଆନ୍ତର୍ଜାତୀୟ ଶ୍ରମ ଦିବସ ପାଳନ ସମାରୋହ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡରେ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ, ନୟାଗଡ ଓ ଜିଲ୍ଲା ପ୍ରଶାସନ ନୟାଗଡ ପକ୍ଷରୁ ଆନ୍ତର୍ଜାତୀୟ ଶ୍ରମ ଦିବସ ପାଳନ ସମାରୋହ ତଥା ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ ହୋଇଅଛି। ଏଥିରେ ମୁଖ୍ୟ ଅତିଥି ଭାବେ ଓଡିଶା ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ଏବଂ ଜିଲ୍ଲା ପରିଷଦ ଅଧକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିବାହୀ ଅଧିକାରୀ ଲଗ୍ନଜିତ ରାଉତ, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ସଚିବ ଜ଼ିଲ୍ଲା ନ୍ୟାୟ ସେବା ପ୍ରାଧିକରଣ, ନୟାଗଡ ଅଞ୍ଜଳି ମାଛଖଣ୍ଡ, ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀମତୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ,ଜ଼ିଲ୍ଲା ଶ୍ରମ ଅଧିକାରୀ (କଲ୍ୟାଣ) ନୟାଗଡ, ଶ୍ରୀ ଚିତ୍ତରଞ୍ଜନ ରାଉତ ଇତ୍ୟାଦି ଯୋଗଦେଇ ନିର୍ମାଣ ଶ୍ରମିକ ମାନଙ୍କୁ ଓଡ଼ିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଦ୍ଵାରା…

Read More

ଜିଲ୍ଲାସ୍ତରୀୟ ଅକ୍ଷୟ ତୃତୀୟା ଓ କୃଷି ଦିବସ ପାଳନ ସମାରୋହ

ନୟାଗଡ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲାର ନବଘନପୁର ଠାରେ ଡ଼ଃ ମୁକେଶ ମହାଲିଙ୍ଗ, ମାନ୍ୟବର ମନ୍ତ୍ରୀ (ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ , ଇଲେକ୍ଟ୍ରୋନିକ୍ସ ଓ ପ୍ରଯୁକ୍ତି ବିଦ୍ୟା ଏବଂ ସଂସଦୀୟ ବ୍ୟାପାର ବିଭାଗ , ଓଡିଶା ସରକାର)ଙ୍କ କରକମଳରେ ଅଖି ମୁଠି ଅନୁକୂଳ, ଭୂମି ପୂଜନ, ଭୂମି କର୍ଷଣ ସକାଳ ଘ.୭.୩୦ମି.  ସମୟରେ ଅନୁଷ୍ଠିତ ହୋଇଯାଇଛି। ଏହା ପରେ ପରେ ଜିଲ୍ଲାପରିଷଦର ସୃଜନୀ ସମ୍ମିଳନୀ କକ୍ଷରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ ଥିବା ବେଳେ ଦୁଷ୍ମନ୍ତ କୁମାର ସ୍ୱାଇଁ, ବିଧାୟକ ଖଣ୍ଡପଡ଼ା, ଡ଼ଃ ଅରୁଣ କୁମାର ସାହୁ, ବିଧାୟକ ନୟାଗଡ, ସମ୍ମାନୀୟ ଜିଲ୍ଲାପରିଷଦ ଅଧକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ସମ୍ମାନୀୟ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ପ୍ରମୁଖ ସାମିଲ ହୋଇଥିଲେ। କାର୍ଯ୍ୟକ୍ରମର ପ୍ରାରମ୍ଭରେ…

Read More

ପ୍ରଧାନ ଶିକ୍ଷକଙ୍କ ଅବସର କାଳୀନ ସମ୍ବର୍ଦ୍ଧନା: ଶିକ୍ଷକର ନଥାଏ ଅବସର

ନୟାଗଡ଼,(ନୟାଗଡ଼ ଦର୍ପଣ): ଜଣେ ଶିକ୍ଷକର କେବେ ଅବସର ନଥାଏ । ସେ ସବୁ ସମୟ ପାଇଁ ହିଁ ଶିକ୍ଷକ ଅଟେ । କେବଳ ଜଣେ ଶିକ୍ଷକ ସମଗ୍ର ଜୀବନକାଳ ପର୍ଯ୍ୟନ୍ତ ଶିକ୍ଷକର ମର୍ଯ୍ୟଦା ହିଁ ପାଇଥାଏ । ନୟାଗଡ଼ ବ୍ଲକ ଅନ୍ତର୍ଗତ ଭାଟସାହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ର କୁମାର ଶତପଥୀଙ୍କ ଆଜି ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭାରେ ଯୋଗଦାନ କରିଥିବା ଅତିଥିମାନେ ଏଭଳି ମତବ୍ୟକ୍ତ କରିଛନ୍ତି । ଭାଟସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଅବସର କାଳୀନ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ପୂର୍ବତନ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ, ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସାଧାରଣ ସମ୍ପାଦକ ଭକ୍ତ…

Read More

ଅବସରଦିନ ପୂର୍ଣ୍ଣାଙ୍ଗ ପେନସନ୍ ପାଇଲେ ଶିକ୍ଷା ବିଭାଗର କର୍ମଚାରୀ

ନୟାଗଡ଼, (ନୟାଗଡ଼ ଦର୍ପଣ): ରାଜ୍ୟସରକାରଙ୍କ ଶିକ୍ଷା ବିଭାଗ ତରଫରୁ କର୍ମଚାରୀମାନଙ୍କୁ ଅବସରଗ୍ରହଣ ଦିନ ପୂର୍ଣ୍ଣାଙ୍ଗ ପେନସନ୍ ପ୍ରଦାନ ବ୍ୟବସ୍ଥା ଏକ ଯଥାର୍ଥ ପଦକ୍ଷେପ। ଶିକ୍ଷା ବିଭାଗର କର୍ମଚାରୀମାନଙ୍କ ପାଇଁ ଏହା ବେଶ୍ ଉପଯୋଗୀ ଓ ଗୁରୁତ୍ୱପୂର୍ଣ୍ଣ ମଧ୍ୟ। ଆଜି ନୟାଗଡ଼ ଜିଲ୍ଲା ଶିକ୍ଷା ବିଭାଗ  ତରଫରୁ ଜିଲ୍ଲା କାର୍ଯ୍ୟାଳୟ ସଭାକକ୍ଷରେ ଆୟୋଜିତ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହରେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ନୟାଗଡ଼ ବ୍ଲକର ଚତୁର୍ଥଶ୍ରେଣୀ କର୍ମଚାରୀ ବଳଭଦ୍ର ପ୍ରଧାନଙ୍କୁ ପୁଷ୍ପଗୁଚ୍ଛ, ଉତ୍ତରୀୟ ସହ ପୂର୍ଣ୍ଣାଙ୍ଗ ପେନସନ୍, କମ୍ୟୁଟେସନ, ଗ୍ରାଚ୍ୟୁୟିଟି ପ୍ରଦାନ କରିଛନ୍ତି। ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ସଭାକକ୍ଷରେ ଆୟୋଜିତ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହରେ ଅତିରିକ୍ତ ଶିକ୍ଷା ଅଧିକାରୀ ଗୀତାଞ୍ଜଳି ସାହୁ ଓ ବନଲତା ବେହେରା ଙ୍କ ସହ ସମସ୍ତ କର୍ମଚାରୀଙ୍କ ଉପସ୍ଥିତିରେ ଏହି ସମାରୋହ ଅନୁଷ୍ଠିତ ହୋଇଥିଲା। ଅବସର ଗ୍ରହଣ କରିଥିବା ବଳଭଦ୍ର ପ୍ରଧାନ…

Read More

ନୟାଗଡ଼ର ପୂର୍ବତନ ନଗରପାଳ ଭବାନୀ ଶଙ୍କର ଦାଶଙ୍କ ପରଲୋକ

ନୟାଗଡ଼, (ନୟାଗଡ଼ ଦର୍ପଣ): ତତ୍କାଳୀନ ନୟାଗଡ଼ ଏନଏସି (ମ୍ୟୁନିସିପାଲିଟି)ର ପୂର୍ବତନ ଅଧ୍ୟକ୍ଷ ଭବାନୀ ଶଙ୍କର ଦାଶ ଆଜି ପୂର୍ବାହ୍ନରେ ହୃଦଘାତ ଯୋଗୁଁ ପରଲୋକ ଗମନ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ସ୍ବର୍ଗତ ଦାଶ ତତ୍କାଳୀନ ଜନତା ଦଳର ଜଣେ ବେଶ ପ୍ରଭାବଶାଳୀ ତଥା ଟାଣୁଆ ରାଜନେତା ଥିବା ବେଳେ ନୟାଗଡ଼ ଏନଏସିର ଅଧ୍ୟକ୍ଷ ଭାବରେ ତା ୧୭.୦୩. ୧୯୯୨ ରୁ ୦୨.୦୮.୧୯୯୫ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ।  ଏହି ସମୟରେ ସେ ନୟାଗଡ଼ର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ। ପୂର୍ବତନ ମନ୍ତ୍ରୀ ତଥା ନୟାଗଡ଼ର ଟାଣୁଆ ନେତା ସ୍ବର୍ଗତ ଭାଗବତ ବେହେରାଙ୍କ ଅତ୍ୟନ୍ତ ନିକଟତର ଥିଲେ। ଜଣେ ଟାଣୁଆ ତଥା ଉତ୍ସର୍ଗୀକୃତ ରାଜନୈତିକ ନେତା ଭାବେ ସମଗ୍ର ଜିଲ୍ଲାରେ ସେ ବେଶ ଜଣାଶୁଣା ଥିଲେ। ଅନ୍ୟପକ୍ଷରେ ସେ ଜଣେ ଉତ୍ସାହୀ ସାମ୍ବାଦିକ ଭାବେ…

Read More

ମଧୁବାବୁଙ୍କ ୧୭୭ତମ ଜନ୍ମତିଥିରେ ନୟାଗଡ ଜିଲ୍ଲା ଓକିଲ ସଙ୍ଘ ଆଇନଜୀବୀ ଦିବସ

ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡ଼ିଆ ଅସ୍ମିତାର ପ୍ରତୀକ ତଥା ଭାଷା ଭିତ୍ତିରେ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ପ୍ରମୁଖ ବିନ୍ଧାଣି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୭ ତମ ପୂଣ୍ୟ ଜନ୍ମତିଥିରେ ଆଇନଜୀବୀ ଦିବସ ପାଳନ କରିଛି ନୟାଗଡ ଜିଲ୍ଲା ଓକିଲ ସଙ୍ଘ। ଜିଲ୍ଲା କୋର୍ଟ ସମ୍ମିଳନୀ କକ୍ଷରେ ଜିଲ୍ଲା ଓକିଲ ସଙ୍ଘ ସଭାପତି ବରିଷ୍ଠ ଆଇନଜୀବୀ ରଣଜିତ ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସାରସ୍ୱତ ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜିଲ୍ଲା ଜଜ ଆନନ୍ଦ ନାରାୟଣ ମହାରଣା, ସ୍ୱତନ୍ତ୍ର ବକ୍ତା ଭାବେ ଓଡ଼ିଆ ପ୍ରାଧ୍ୟାପକ କୈଳାସ ଚନ୍ଦ୍ର ବାଣ୍ଠ, ଅର୍ଥନୀତି ପ୍ରାଧ୍ୟାପକ ଅଶୋକ କୁମାର ନାୟକ ଏବଂ ଯୁବ ଅଧ୍ୟାପକ ଆଶୁତୋଷ ମିଶ୍ର, ସଂଘର ସମ୍ପାଦକ ସ୍ବଦେଶ ମିଶ୍ର ପ୍ରମୁଖ ମଧୁବାବୁଙ୍କୁ ଓଡ଼ିଆ ଅସ୍ମିତାର ପ୍ରତୀକ ଭାବେ ଅଭିହିତ କରିଥିଲେ। ଦେଶ ସ୍ୱାଧୀନତା ପୂର୍ବରୁ…

Read More

ଜିଲ୍ଲା ଚେସ ଆସୋସିଏସନର କର୍ମକର୍ତ୍ତା ନିର୍ବାଚନ: ଭାଗିରଥି ସଭାପତି, ଲକ୍ଷ୍ମୀଧର ସମ୍ପାଦକ

ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟ ଚେସ ଆସୋସିଏସନର ଅନୁମୋଦନ କ୍ରମେ ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନର ନୂତନ କର୍ମକର୍ତ୍ତା ନିର୍ବାଚନ ନୟାଗଡ଼ କେସି କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଛି।ଏଥିରେ ସର୍ବସମ୍ମତି କ୍ରମେ ସଭାପତି ରୂପେ ଭାଗିରଥି ଦାସ ଏବଂ ସାଧାରଣ ସମ୍ପାଦକ ଭାବେ ଲକ୍ଷ୍ମୀଧର ସାହୁ ନିର୍ବାଚିତ ହୋଇଛନ୍ତି।  ସେହିପରି ଉପସଭାପତି ଭାବେ ଵାଲାରସେନ ପାତ୍ର,ସହ ସମ୍ପାଦକ ଉମାକାନ୍ତ ମିଶ୍ର ଏବଂ କୋଷାଧ୍ୟକ୍ଷ ଭାବେ ତାରୁନ ଖାଁ ନିର୍ବାଚିତ ହୋଇଥିବା ବେଳେ କାର୍ଯ୍ୟକାରୀ କମିଟିକୁ ଅଜିତ କୁମାର ମିଶ୍ର, ସଂଗ୍ରାମ କେଶରୀ ଗୁମାନସିଂ, ପ୍ରକାଶ ମହାପାତ୍ର,ସଞ୍ଜୟ କୁମାର ସ୍ୱାଇଁ,ଭିକାରୀ ଚରଣ ଦାସ, ଧିରେନ କୁମାର ପ୍ରଧାନ ଏବଂ ଶିଶିର କୁମାର ନାୟକ ପ୍ରମୁଖ ନିର୍ବାଚିତ ହୋଇଛନ୍ତି। ଅନ୍ୟ ପକ୍ଷରେ ଉପଦେଷ୍ଟା ଭାବେ ବରିଷ୍ଠ ସଦସ୍ୟ ଚିତ୍ତରଞ୍ଜନ ତ୍ରିପାଠୀ ଏବଂ ରିତେଶ କୁମାର ରଥ ସର୍ବ ସମ୍ମତି କ୍ରମେ ମନୋନୀତ…

Read More