Blog

ମଧ୍ୟାହ୍ନ ଭୋଜନ ପାଚିକା ସଂଘର ବିକ୍ଷୋଭ

ଦଶପଲ୍ଲା, (ନୟାଗଡ଼ ଦର୍ପଣ): କେନ୍ଦ୍ରୀୟ ଶ୍ରମିକ ସଂଗଠନ ସିଆଇଟିୟୁ ଦ୍ଵାରା ପରିଚାଳିତ ଓଡ଼ିଶା ମଧ୍ୟାହ୍ନ ଭୋଜନ ପାଚିକା/ସହାୟିକା ସଂଘର ବିକ୍ଷୋଭ। ଆଜି ଦଶପଲ୍ଲା ମଣ୍ଡଳ ଶିକ୍ଷା ଅଧିଆରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିବା ସହ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ୧୨ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଅଛି। ବିକ୍ଷୋଭ ପୂର୍ବରୁ ଦଶପଲ୍ଲାର ଶିକ୍ଷକ ଭବନ ପରିସରରେ ଏକ ସାଧାରଣ ସଭା ସଭାପତି ଶରତ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ପାଚିକାମାନଙ୍କର ବହୁବିଧ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା। ଏହିସଭାରେ ସଂଘର ନୟାଗଡ଼ ଜିଲ୍ଲା ସମ୍ପାଦିକା ଜୟନ୍ତୀ ଦାସ, ସିଆଇଟିୟୁ ଜିଲ୍ଲା ଆବାହକ କମ୍ରେଡ୍ ବିଶ୍ଵନାଥ ମହାପାତ୍ର କୃଷକ ନେତା ବ୍ରଜବନ୍ଧୁ ପ୍ରଧାନ, ଯୁବନେତା ସୁଶାନ୍ତ ନାୟକ ଓ ସିପିଆଇ(ଏମ) ଦଶପଲ୍ଲା ଲୋକାଲ କମିଟି ସମ୍ପାଦକ ବିପିନ ବିହାରୀ ବାଜୁ ପ୍ରମୁଖ ଆଲୋଚନା କରିଥିଲେ। ଏହି ସଭାପରେ…

Read More

ଶ୍ରୀ ସୃଜନ ପକ୍ଷରୁ ଶ୍ରୀରାମ ନବମୀରେ ଭଜନ ସନ୍ଧ୍ୟା

ନୟାଗଡ଼,(ନୟାଗଡ଼ ଦର୍ପଣ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଜିଲ୍ଲାର ଅଗ୍ରଣୀ ସଙ୍ଗୀତାନୁଷ୍ଠାନ ଶ୍ରୀ ସୃଜନ ପକ୍ଷରୁ ଏକ ଭଜନ ସମାରୋହ କାର୍ଯ୍ୟକ୍ରମ ଗୁଣ୍ଡିଚା ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠାନର ସଭାପତି  ଡ.ବିଜୟ କୁମାର ଚୋୖଧୁରୀ ଏବଂ ସମ୍ପାଦିକା -କଣ୍ଠଶିଳ୍ପୀ ତଥା ସଙ୍ଗୀତ ନିର୍ଦ୍ଦେଶିକା ଜୟଶ୍ରୀ ଦେବୀଙ୍କ ମିଳିତ ଉଦ୍ୟମରେ ଅନୁଷ୍ଠିତ ଏହି ଭଜନ ସମାରୋହ କାର୍ଯ୍ୟକ୍ରମରେ ଶ୍ରୀ ସୃଜନର ଛାତ୍ରଛାତ୍ରୀ ତଥା କଣ୍ଠଶିଳ୍ପୀ  କାଦମ୍ବିନୀ ମହାପାତ୍ର, ଝୁମୁରି ସାହୁ, ମଧୁସ୍ମିତା ବେହେରା, ଶୁଭଶ୍ରୀ ମହାପାତ୍ର, ସାଇ  ଅମ୍ରିତ୍ ସାହୁ , ଆରାଧ୍ୟା, ତିତିକ୍ଷା ପରିଡ଼ା, ସାଇ କ୍ରିଷ୍ଣା ମଣ୍ଡଳ , ଅନନ୍ୟା ମାଧୁରୀ ଦାସ ପ୍ରମୁଖ ଭକ୍ତି ସଙ୍ଗୀତ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମରେ ଅନୁଷ୍ଠାନର ସଦସ୍ୟ ପ୍ରମୋଦ ପଟ୍ଟନାୟକ, ଲକ୍ଷ୍ମୀଧର ମହାପାତ୍ର, ମନୋଜ କୁମାର ମିଶ୍ର, ଲକ୍ଷ୍ମୀଧର ସାହୁ, ଲଳିତ ପରିଡ଼ା, ଆନନ୍ଦ ଦାସ, ଦିଲ୍ଲିପ…

Read More

‘ସୋହମ୍’ ସଙ୍ଗଠନ ସଦସ୍ୟଙ୍କ ସ୍ମୃତିରେ ରକ୍ତଦାନ ଶିବିର ଆୟୋଜନ

ନୟାଗଡ, (ନୟାଗଡ଼ ଦର୍ପଣ): ନୟାଗଡର ଅଗ୍ରଣୀ ସ୍ଵେଚ୍ଛାସେବୀ ସଙ୍ଗଠନ “ସୋହମ୍” ତରଫରୁ ଏହାର ସଦସ୍ୟ ତଥା ଶିକ୍ଷକ ସ୍ବର୍ଗତ ରମେଶ କୁମାର ବେହେରାଙ୍କ ସ୍ମୃତିରେ ଦ୍ଵିତୀୟ ଶ୍ରାଦ୍ଧ ବାର୍ଷିକୀରେ ତାରିଣୀ ନଗରସ୍ଥିତ କାର୍ଯ୍ୟାଳୟ ଠାରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ସ୍ବର୍ଗତ ବେହେରା ଦୀର୍ଘ ପାଞ୍ଚ ବର୍ଷ ରକ୍ତ କର୍କଟ ରୋଗରେ ଜୀବନ ସହିତ ସଂଗ୍ରାମ କରି ୨୦୨୪ ମସିହା ଅପ୍ରେଲ ୦୭ତାରିଖରେ ମୃତ୍ୟୁ ବରଣ କରିଥିଲେ। ସଙ୍ଗଠନର ଉପସଭାପତି ତଥା ପରିବେଶବିତ ଅନାଦି ଚରଣ ମହାନ୍ତି ଓ ଡାକ୍ତର ସୌମେନ୍ଦ୍ର ସାହୁ ଭଗବାନଙ୍କ ନିକଟରେ ପ୍ରଦୀପ ପ୍ରଜ୍ଵଳନ କରି ଶିବିରକୁ ଉଦଘାଟନ  କରିଥିଲେ। ଶିବିରରେ ମୋଟ ୧୧ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ “ସୋହମ୍” ସଙ୍ଗଠନର ସମ୍ପାଦକ କାମାକ୍ଷା ପ୍ରସାଦ ଦାଶ ପରିଚାଳନା କରିଥିଲେ। ଏଥିରେ ଜିଲ୍ଲା ରେଡକ୍ରସ୍ ରକ୍ତ…

Read More

ନୟାଗଡ଼ରେ ସି.ଏମ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ ଉଦଘାଟିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଖେଳ ପଡିଆରେ ଫାଓ, କଟକ, ଜିଲ୍ଲା କ୍ରୀଡା ବିଭାଗ ଏବଂ ଜିଲ୍ଲା ଅଥଲେଟିକ ଆସୋସିଏସନର ମିଳିତ ଆନୁକୂଲ୍ୟରେ ୭ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ସି.ଏମ ଟ୍ରଫି ଜିଲ୍ଲା ସ୍ତରୀୟ ଚମ୍ପିୟାନସିପ ସୋମବାର ସକାଳ ସମୟରେ ଜିଲ୍ଲା ପରିଷଦ ଅଧକ୍ଷ ଇଂ ଦେବାଶିଷ ପଟ୍ଟନାୟକଙ୍କ ଦ୍ୱାରା ଉଦଘାଟିତ ହୋଇ ଯାଇଛି। ପ୍ରଥମ ମ୍ୟାଚଟି ମର୍ଣ୍ଣିଙ୍ଗ ସ୍ପୋର୍ଟ୍ସ କ୍ଲବ ନୟାଗଡ଼ ଏବଂ ପୋଲ ଷ୍ଟାରସ ସ୍ପୋର୍ଟ୍ସ ରାଜପଟଣା ମଧ୍ୟରେ ଖେଳାଯାଇ ଉଭୟ ପରସ୍ପରକୁ ଗୋଟିଏ ଲେଖାଏଁ ଗୋଲ ଦେବାରୁ ଖେଳ ଅମୀମାଂଶିତ ରହିଥିଲା। ସେହିପରି ଅପରାହ୍ନରେ ଖେଳା ଯାଇଥିବା ଦ୍ଵିତୀୟ ମ୍ୟାଚକୁ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ ଉଦ୍ଘାଟନ କରିଥିବା ବେଳେ ଦ୍ଵିତୀୟ ମ୍ୟାଚ ଟି ୟୁଥ ସ୍ପୋର୍ଟ୍ସ କ୍ଲବ ବାଇଗୁଣିଆ ଏବଂ ମଧୁକେଶ ଅଥଲେଟିକ କ୍ଲବ…

Read More

ରେଳ କର୍ତ୍ତୃପକ୍ଷଙ୍କ ଉଦାସୀନତା ପ୍ରତିବାଦରେ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ବିକ୍ଷୋଭ ତଥା ଗଣଧାରଣା ଚେତାବନୀ

ନୟାଗଡ଼,(ନୟାଗଡ଼ ଦର୍ପଣ): ରେଳ କର୍ତ୍ତୃପକ୍ଷଙ୍କ ଉଦାସୀନତା ପ୍ରତିବାଦରେ ନୟାଗଡ଼ ନାଗରିକ ମଞ୍ଚ କଠୋର ଆଭିମୁଖ୍ୟ ଗ୍ରହଣ କରିବା ସହିତ ଆଗାମୀ ମଇ ୧୧ ତାରିଖ ଦିନ ଜୋରଦାର ବିକ୍ଷୋଭ ପ୍ରଦର୍ଶନ ସହିତ ଗଣ ଧାରଣା ଚେତାବନୀ ଦେଇଛି। ବାରମ୍ବାର ଦାବି ପରେ ଗତ ଜାନୁଆରୀ ମାସରୁ ଦଶପଲ୍ଲା-ପୁରୀ ପାସେଞ୍ଜର ଟ୍ରେନକୁ ବଦଳାଇ ମେମୁ ଟ୍ରେନ ପ୍ରଚଳନ କରିବା ପାଇଁ ପୂର୍ବତଟ ରେଳ ପକ୍ଷରୁ ନଭେମ୍ବର ୧୪ ତାରିଖ ୨୦୨୪ ମସିହାରେ ଚିଠି ନଂ-୪୭୫ରେ ସମସ୍ତଙ୍କୁ ଅବଗତ କରାଯାଇଥିଲା। ତେବେ ଏହା ମଧ୍ୟରେ ୩ ମାସରୁ ଉର୍ଦ୍ଧ୍ୱ ସମୟ ଅତିକ୍ରାନ୍ତ ହୋଇ ଯାଇଥିଲେ ସୁଦ୍ଧା ମେମୁ ଟ୍ରେନ ଚାଲିଲା ନାହିଁ। ଏହାକୁ ନେଇ ତୀବ୍ର ପ୍ରତିବାଦ କରିଛି ନୟାଗଡ଼ ନାଗରିକ ମଞ୍ଚ। ନୟାଗଡ଼ ଜିଲ୍ଲାର ରେଳଯାତ୍ରୀ ମାନଙ୍କ ସର୍ବନିମ୍ନ ସୁବିଧା ପ୍ରତି ରେଳ ବିଭାଗ ଆଖି ବୁଜି ଦେଇଥିବା…

Read More

ଓଡଗାଁରେ ରାମ ନବମୀ ପାଇଁ ସାମାଜିକ ସେବା, ପ୍ରାଥମିକ ଚିକିତ୍ସା ଓ ଦହିପଣା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଓଡ଼ଗାଁ, (ନୟାଗଡ଼ ଦର୍ପଣ): ଭାରତୀୟ ଜୁନିଅର୍ ରେଡ୍ କ୍ରସ୍ ସଂସ୍ଥା, ନୟାଗଡ଼ ଜିଲ୍ଲାର  ରାଧାକାନ୍ତ ବାଳିକା ଉଚ୍ଚ ବିଦ୍ୟାଳୟ, ଓଡ଼ଗାଁର ପ୍ରଧାନଶିକ୍ଷକ ରମେଶ ଚନ୍ଦ୍ର ସାହୁଙ୍କ ଆନୁକୁଲ୍ୟରେ ପବିତ୍ର ଶ୍ରୀରାମ ନବମୀ ଉପଲକ୍ଷେ ଶ୍ରୀ ଶ୍ରୀ ରଘୁନାଥ ପୀଠଙ୍କ ଠାରେ ସାମାଜିକ ସେବା, ପ୍ରାଥମିକ ଚିକିତ୍ସା ଓ ଦହି ପଣା ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ରାଧାକାନ୍ତ ବାଳିକା ଉଚ୍ଚ ବିଦ୍ୟାଳୟ, ଓଡ଼ଗାଁର ଜୁନିଅର୍ ରେଡ୍ କ୍ରସ୍ ଏହି ସେବା କାର୍ଯ୍ୟର ଆୟୋଜନ କରିଥିଲା। ଏଥିରେ ନୟାଗଡ଼ ଜିଲ୍ଲା ଜୁନିଅର୍ ରେଡକ୍ରସ୍ ଅଧିକାରୀ ଘନଶ୍ୟାମ ରାଉତ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଅନୀଲ କୁମାର ଦାସ ଏବଂ କାଉନସିଲର ଫାଷ୍ଟ ଏଡର, ଗୋସ୍ବାମୀ ଦାସ, ପରମାନନ୍ଦ ଦଳାଈ, ଡକ୍ଟର ପ୍ରତାପ କୁମାର ପରିଡ଼ା ଦେବରାଜ ସ୍ୱାଇଁ, ମାନସ କୁମାର ସାହୁ ପ୍ରମୁଖ ଉପସ୍ଥିତ ରହି ଜୁନିଅରମାନଙ୍କୁ ଉତ୍ସାହିତ…

Read More

ଜିଲ୍ଲା ଓକିଲ ସଙ୍ଘ ନବନିର୍ବାଚିତ କାର୍ଯ୍ୟକର୍ତାଙ୍କ ଶପଥପାଠ ସମାରୋହ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଓକିଲ ସଙ୍ଘ ନବନିର୍ବାଚିତ କାର୍ଯ୍ୟକର୍ତାଙ୍କ ଶପଥ ଗ୍ରହଣ ସମାରୋହ ନିର୍ବାଚନ ଅଧିକାରୀ ବିଶ୍ୱଜିତ ଆଚାର୍ଯ୍ୟଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଆ ରାଜ୍ୟ ବାର କାଉନସିଲ ସଭ୍ୟ ପୀତବାସ ପଣ୍ଡା ଏବଂ ଅକ୍ଷୟ କୁମାର ସାମନ୍ତରାୟଙ୍କୁ ସ୍ୱତନ୍ତ୍ର ଅତିଥି ଭାବେ ନିମନ୍ତ୍ରଣ କରାଯାଇ ଉଭୟଙ୍କୁ ଓକିଲ ସଙ୍ଘ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇ ଥିଲା।ଓକିଲ ସଂଘର ନବନିର୍ବାଚିତ ସଭାପତି ଭାବେ ବରିଷ୍ଠ ଆଇନଜୀବୀ ରଣଜିତ ଦାଶ, ଉପସଭାପତି ସନ୍ତୋଷ କୁମାର ରାଉତରାୟ, ସମ୍ପାଦକ ଭାବେ ସ୍ବଦେଶ ମିଶ୍ର, ସହ-ସମ୍ପାଦକ ଆଶୁତୋଷ ସାମନ୍ତରାୟ, କୋଷାଧ୍ୟକ୍ଷ ବିଶ୍ୱେଶ ରଞ୍ଜନ ମହାପାତ୍ର ଏବଂ କାର୍ଯ୍ୟକାରୀ କମିଟି ସଦସ୍ୟ ଚିତ୍ତରଞ୍ଜନ ପ୍ରଧାନ, ଶୈଳେନ୍ଦ୍ର ନାରାୟଣ ପଟ୍ଟନାୟକ, ନୀରାକାର ମହଲ, ହରେକୃଷ୍ଣ ପ୍ରଧାନ, ବିଭୁଦତ୍ତ ସାହୁ ଏବଂ ସୁନୀଲ ମହାପାତ୍ରଙ୍କୁ ବରିଷ୍ଠ ଆଇନଜୀବୀ ଦଣ୍ଡପାଣି ନାୟକ ପଦ ଗୋପନୀୟତାର ଶପଥ…

Read More

ଗଡ଼ବାଣିକିଲୋ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ

ପ୍ରତ୍ୟକ ଦିନ ହସ୍ତାକ୍ଷର ଲେଖନ୍ତୁ : ଐତିହାସିକ ସତ୍ୟବାଦୀ ବଳିଆରସିଂହ ରଣପୁର,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ରଣପୁର ବ୍ଲକ ଗଡ଼ବାଣିକିଲୋ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଗୁରୁବାର ଦିନ ଉତ୍ସାହମୟ ଭାବରେ ପାଳନ କରାଯାଇଥିଲା।  ଏହି ଉପଲକ୍ଷେ ବିଦ୍ୟାଳୟ ପରିସରକୁ ସାଜସଜ୍ଜା ହୋଇଥିଲା ଏବଂ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହି ଅବସରରେ ମୁଖ୍ୟ ଅତିଥି ରଣପୁର ବ୍ଲକ ସହକାରୀ ବ୍ଲକ ଶିକ୍ଷା ଅଧିକାରିଣୀ ଲକ୍ଷ୍ମୀ ଦେଇ ଉପସ୍ଥିତ ଥିଲେ। ସ୍ୱତନ୍ତ୍ର ଅତିଥି ଭାବେ ସରପଞ୍ଚ ବ୍ରଜମୋହନ ରାଉତରାୟ, ମୁଖ୍ୟ ବକ୍ତା ଭାବେ ଐତିହାସିକ ସତ୍ୟବାଦୀ ବଳିଆରସିଂହ, ସମ୍ମାନିତ ଅତିଥି ଭାବେ ଖଇରପଲ୍ଲୀ କ୍ଲଷ୍ଟର ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣା, ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ଲିପି ବେହେରା ଏବଂ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଦିବାକର ପରିଡା ପ୍ରମୁଖ ଯୋଗ…

Read More

ପିଲାଙ୍କ ମନରେ ଉତ୍ସାହ ଭରିଥାଏ ବାର୍ଷିକ ଉତ୍ସବ

ନୟାଗଡ଼,(ନୟାଗଡ଼ ଦର୍ପଣ): ଶିଶୁମାନଙ୍କ ମଧ୍ୟରେ ଅନ୍ତର୍ନିହିତ ଥିବା ଲୁକ୍କାୟିତ ପ୍ରତିଭା ବାର୍ଷିକୋତ୍ସବ ପାଳନ ମାଧ୍ୟମରେ ପରିସ୍ଫୁଟିତ ହେବା ସହିତ ପିଲାଙ୍କ ମନରେ ଭରିଥାଏ ଉତ୍ସାହ । ପିଲାମାନଙ୍କ ଶିକ୍ଷଣ ଦକ୍ଷତା ବ୍ୟତୀତ ସେମାନଙ୍କ ମଧ୍ୟରେ ଥିବା କଳା, ସାହିତ୍ୟ, ସଂସ୍କୃତି, ସଙ୍ଗୀତ, ଅଭିନୟ ଆଦିରେ ରହିଥିବା ଦକ୍ଷତା ପ୍ରତିପାଦନ କରିବା ପାଇଁ ବାର୍ଷିକ ଉତ୍ସବ ଏକ ପ୍ରକୃଷ୍ଟ ମାଧ୍ୟମ ବୋଲି ନୟାଗଡ଼ ବ୍ଲକ ଅନ୍ତର୍ଗତ ଇଟାମାଟି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକଉତ୍ସବରେ ଉପସ୍ଥିତ ଅତିଥି ମାନେ ମତବ୍ୟକ୍ତ କରିଥିଲେ। ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଆୟୋଜିତ ବାର୍ଷିକୋତ୍ସବ ସଭାରେ ମୁଖ୍ୟଅତିଥି ଭାବେ ଇଟାମାଟି ସରପଞ୍ଚ ସ୍ଵପ୍ନେଶ୍ଵର ସେଠୀ ଯୋଗଦାନ କରିଥିବା ବେଳେ ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ ଏବଂ ସମ୍ମାନିତ ଅତିଥି ଭାବେ ରଙ୍ଗନାଥ ବେହେରା, ରମେଶ ଚନ୍ଦ୍ର…

Read More

ଲୋକ ନୋଡ଼ାଲ ବିଦ୍ୟାପୀଠରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଶରଣକୁଳ,(ନୟାଗଡ଼ ଦର୍ପଣ)ଶରଣକୁଳ ନିକଟବର୍ତ୍ତୀ ପଞ୍ଚିରିଡ଼ା ମାନପୁରସ୍ଥ ଲୋକ ନୋଡ଼ାଲ ବିଦ୍ୟାପୀଠର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ବିଦ୍ୟାଳୟର ପରିସରରେ ଗୁରୁବାରରେ ମହା ସମାରୋହରେ ପାଳିତ ହୋଇ ଯାଇଛି। ଏହି ଅବସରରେ ଅତିଥି ମାନଙ୍କର କରକମଳରେ କବି ସୁରେଶ ବରାଡ଼ଙ୍କ ‘ତୁଳସୀ ଦୁଇପତ୍ରରୁ ବାସେ’ ଶିଶୁ ସାହିତ୍ୟ ପୁସ୍ତକ ଲୋକାର୍ପିତ ହୋଇ ଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଦ୍ଵୈତ ନାରାୟଣ ରଣସିଂହଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ଶିକ୍ଷା, ସାହିତ୍ୟ ଓ ସଂସ୍କୃତି ଗବେଷକ ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର ଓଡ଼ିଆ ଭାଷା ସାହିତ୍ୟ ବିଭାଗର ପ୍ରାକ୍ତନ ମୁଖ୍ୟ ପ୍ରାଧ୍ୟାପକ ଡ. ଗୋବିନ୍ଦ ଚନ୍ଦ୍ର ଦାଶ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ “ଶିକ୍ଷା ଶିଶୁର ଚାରିତ୍ରିକ ଶୃଙ୍ଖଳା, ଶୈକ୍ଷିକ ତଥା ବୌଦ୍ଧିକ ବିକାଶର ଚାବିକାଠି, ଶିକ୍ଷା ବିନା ରାଜ୍ୟ ତଥା ଦେଶର ପ୍ରଗତି ଅସମ୍ଭବ’, ବୋଲି ମତବ୍ୟକ୍ତ କରିଥିଲେ।…

Read More