Blog

ସରକାରୀ ଚାକିରୀ ଛାଡ଼ି ଷାଠିଏ ଦଶକରେ   ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା କରିବା ସହ ଗାଁ’ରେ ଡାକ୍ତରଖାନା ଓ କୃଷିର ବିକାଶ ପାଇଁ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ କରିଥିବା ସ୍ୱର୍ଗତ ରାମଚନ୍ଦ୍ର ପଣ୍ଡାଙ୍କୁ ଶ୍ରଦ୍ଧା ସୁମନ

ଦଶପଲ୍ଲା, (ନୟାଗଡ଼ ଦର୍ପଣ): ମଧ୍ୟଖଣ୍ଡ ପିଏମ ଶ୍ରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ରାମଚନ୍ଦ୍ର ପଣ୍ଡା ମେମୋରିଆଲ ଟ୍ରଷ୍ଟ ଓ ସ୍କୁଲ ପରିଚାଳନା କମିଟିର ମିଳିତ ଆନୁକୁଲ୍ୟରେ ବିଦ୍ୟାଳୟର ପ୍ରତିଷ୍ଠାତା ସ୍ବର୍ଗତ ରାମଚନ୍ଦ୍ର ପଣ୍ଡାଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀ ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରାରମ୍ଭରେ ବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ସ୍ବର୍ଗତ ପଣ୍ଡାଙ୍କ ପ୍ରତିମୂର୍ତ୍ତୀରେ ଅତିଥିମାନେ ପୁଷ୍ପମାଲ୍ୟ ଅର୍ପଣ କଲାପରେ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାମକୃଷ୍ଣ ପ୍ରଧାନଙ୍କ ସଭାପତିତ୍ବରେ ଏକ ସ୍ମୃତି ଚାରଣ ସଭା ଅନୁଷ୍ଠିତ ହୋଇଥିଲା। ବକ୍ତାମାନେ ରାମଚନ୍ଦ୍ର ପଣ୍ଡାଙ୍କ ଜୀବନୀ ସହିତ ଗାଁ’ ପାଇଁ ତାଙ୍କର ତ୍ୟାଗପୁତ୍ତ ଜୀବନର ଅବଦାନ ସହିତ ସରକାରୀ ଚାକିରୀକୁ ପରିତ୍ୟାଗ କରି ଗାଁରେ ଷାଠିଏ ଦଶକରେ ହାଇସ୍କୁଲ ପ୍ରତିଷ୍ଠା କରି ଶିକ୍ଷାର ଆଲୋକ ଜାଳିବା ସହିତ ଗାଁରେ ଡାକ୍ତରଖାନା ଓ କୃଷିର ବିକାଶ ପାଇଁ ମହାନ୍ତିପଲ୍ଲୀ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ପ୍ରଭୃତି…

Read More

ସରକାରଙ୍କ ଜନବିରୋଧୀ କାର୍ଯ୍ୟ ବିରୋଧରେ ନୟାଗଡ଼ରେ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ

ନୟାଗଡ଼,(ନୟାଗଡ଼ ଦର୍ପଣ) : ସରକାରଙ୍କ ଜନବିରୋଧୀ ନୀତି ଓ କାର୍ଯ୍ୟ କଳାପ ବିରୋଧରେ ଆଜି ନୟାଗଡ଼ରେ କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଓଡ଼ିଶା ପ୍ରଦେଶ କଂଗ୍ରେସ ମିଡିଆ ସେଲ୍‌ର ଉପାଧ୍ୟକ୍ଷ ଅମୀୟ ପାଣ୍ଡବ କେନ୍ଦ୍ରର ମୋଦି ସରକାରକୁ କଟୁ ସମାଲୋଚନା କରିଥିଲେ। ସେ କହିଥିଲେ ଯେ ମନରେଗା ଯୋଜନାର ମୂଳ ଉଦ୍ଦେଶ୍ୟକୁ ଅବହେଳା କରି ଯୋଜନାର ନାମ ପରିବର୍ତ୍ତନ କରାଯାଇ ମହାତ୍ମାଗାନ୍ଧୀଙ୍କ ନାମକୁ ହଟାଯାଇଛି। ଏହା ସହିତ ନିଶ୍ଚିତ କର୍ମଯୋଗାଣ ଗ୍ୟାରେଣ୍ଟିକୁ ଉଛେଦ କରି ଯୋଜନାକୁ ବାଟବଣା କରାଯାଇଛି। ଏହାର ପ୍ରତିବାଦରେ ଦେଶବ୍ୟାପୀ କଂଗ୍ରେସ ଆନ୍ଦୋଳନ କରିବ ବୋଲି ସେ ଘୋଷଣା କରିଥିଲେ। ରାଜ୍ୟରେ ବିଦ୍ୟୁତ୍ ଉପଭୋକ୍ତାଙ୍କ ଉପରେ ଅତିରିକ୍ତ ସୁରକ୍ଷା ଜମା ରାଶି ଲାଗୁ କରାଯିବା ଏବଂ ଟାଟା ପାଓ୍ବାର ଇଚ୍ଛାମୁତାବକ ସ୍ମାର୍ଟ ମିଟର ଲାଗୁ କରାଯାଉଥିବା କାର୍ଯ୍ୟକ୍ରମ…

Read More

ନୟାଗଡ଼ ସୃଜନ ଗୃହରେ ଗ୍ରାମୀଣ ସମୃଦ୍ଧି ତାଲିମ କାର୍ଯ୍ୟକ୍ରମ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକର କିଛି ସରପଞ୍ଚ, ଅଙ୍ଗନବାଡି କର୍ମୀ, ମିଶନ ଶକ୍ତିର MBK, CRP ଏବଂ SHG ଗ୍ରୁପର ପ୍ରେସିଡେଣ୍ଟ ଓ ସେକ୍ରେଟାରୀଙ୍କୁ ନେଇ ସାନିଟେସନ ମାଧ୍ୟମରେ ଗ୍ରାମୀଣ ସମୃଦ୍ଧି ତାଲିମ କାର୍ଯ୍ୟକ୍ରମ ଜିଲ୍ଲା ପରିଷଦର ସୃଜନ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ତାଲିମ କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା ଜିଲ୍ଲାପାଳ ମଧୁମିତା ରଥ ଯୋଗଦେଇ ତାଲିମ କାର୍ଯ୍ୟକ୍ରମ ବିଷୟରେ ଆଲୋକପାତ କରିଥିଲେ ଏବଂ ନିଜେ ସଫାସୁତୁରା ରହିବା ସହିତ କିପରି ଭାବେ ପଞ୍ଚାୟତକୁ ନିର୍ମଳ ଏବଂ ସରସ ସୁନ୍ଦରଭାବେ ଗଢ଼ିତୋଳି ହେବ ତାହା ଉପରେ ଆଲୋଚନା କରାଯାଇଥିଲା। ନାରୀ ସଶକ୍ତିକରଣ ସହିତ ପରିବେଶର ସ୍ବଚ୍ଛତାର ଦୀର୍ଘ ସ୍ଥାୟୀ କାର୍ଯ୍ୟକ୍ରମ ଉପରେ ଟିପ୍ପଣୀ ରଖିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ…

Read More

ରୋଟାରୀ କ୍ଲବ ନୟାଗଡ଼ ପକ୍ଷରୁ ଅନ୍ନପୂର୍ଣ୍ଣା ଦିବସ ପାଳନ

ନୟାଗଡ଼, (ନୟାଗଡ଼ ଦର୍ପଣ): ରୋଟାରୀ କ୍ଲବ ନୟାଗଡ଼ ପକ୍ଷରୁ ଜାମୁସାହି ସ୍ଥିତ ଜନ ମିଲଟନ୍ ସ୍କୁଲ ଫର୍ ଡିଫ୍, ଡମ୍ବ ଏବଂ ବ୍ଲାଇଣ୍ଡ୍ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ସହ ଅନ୍ନପୂର୍ଣ୍ଣା ଦିବସ ପାଳନ କରାଯାଇଛି। ରୋଟାରୀ କ୍ଲବ ନୟାଗଡ଼ର ସଭାପତି ବସିରନ ବିବିଙ୍କ ନେତୃତ୍ୱରେ ସ୍କୁଲର ଅନ୍ତେବାସୀ ଛାତ୍ରଛାତ୍ରୀ ଓ କର୍ମଚାରୀମାନଙ୍କୁ ମଧ୍ୟାହ୍ନ ଭୋଜନ ପରିବେଷଣ କରାଯାଇଥିଲା। ଏହି ଅବସରରେ ସଭାପତି ବସିରନ ବିବି କହିଥିଲେ ଯେ ଆଗାମୀ ଦିନରେ ସ୍କୁଲର ଯେଉଁ ଛୋଟ ଛୋଟ ସମସ୍ୟା ରହିଛି, ସେଗୁଡ଼ିକୁ ଦୂର କରିବା ପାଇଁ ରୋଟାରୀ କ୍ଲବ ନୟାଗଡ଼ ପକ୍ଷରୁ ଯଥା ସମ୍ଭବ ସହଯୋଗ କରାଯିବ। ଆଜିର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରୋଟାରୀ କ୍ଲବର ବରିଷ୍ଠ ସଦସ୍ୟ ଶ୍ରୀକାନ୍ତ କୁମାର ଖଟେଇ, ଧିରେନ୍ଦ୍ର କୁମାର ପଟ୍ଟନାୟକ, ବାସୁଦେବ ସାହୁ ଓ ଲକ୍ଷ୍ମୀନାରାୟଣ ରଥ ପ୍ରମୁଖ ଉପସ୍ଥିତ ରହି…

Read More

ନୟାଗଡ଼ ବ୍ଲକ ନାଟୁଗାଁ ପଞ୍ଚାୟତ ସାଲୁଣୀ ଗାଁରେ ବ୍ଲକସ୍ତରୀୟ ଜଳ ବିଭାଜିକା ମହୋତ୍ସବ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ପକ୍ଷରୁ ବ୍ଲକ ସ୍ତରୀୟ ଜଳବିଭାଜିକା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବ୍ଲକ ନାଟୁଗାଁ ପଞ୍ଚାୟତ ସାଲୁଣୀ ଗାଁରେ ଅନୁଷ୍ଠିତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିଲେ । ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଉପେନ୍ଦ୍ର କୁମାର ପରିଡ଼ାଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଜିଲ୍ଲା ପରିଷଦ ସଦସ୍ୟ ସୁବାଷ ଚନ୍ଦ୍ର କହଁର, ନାଟୁଗାଁ ସରପଞ୍ଚ ସାଗରବାଳା ବରାଡ଼, ସମିତିସଭ୍ୟା ତୋଫାନୀ ଦାଶ, ଚମ୍ପତିପୁର ପଞ୍ଚାୟତ ସରପଞ୍ଚ ଅମର ପ୍ରସାଦ ସାଥୁଆ, କ୍ରିଦାଶପୁର ପଞ୍ଚାୟତ ସମିତିସଭ୍ୟା ବାସନ୍ତି ପଣ୍ଡା ପ୍ରମୂଖ ଅତିଥି ଭାବେ ଯୋଗ ଦେଇଥିଲେ। ମୁଖ୍ୟ ଅତିଥି ତାଙ୍କ ବକ୍ତବ୍ୟରେ, ଜଳ ବିଭାଜିକା ମହୋତ୍ସବର ଉଦ୍ଦେଶ୍ୟ ଉପରେ ଆଲୋଚନା ରଖିଥିଲେ…

Read More

ନୟାଗଡ଼ ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ଏକ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ଆରକ୍ଷୀ ପ୍ରଶିକ୍ଷଣ ବିଦ୍ୟାଳୟ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳାକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଏବଂ ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ପ୍ରଦୀପ ପ୍ରଜ୍ବଳନ କରି ଉଦ୍ଘାଟନ କରିଥିଲେ । ଏହି ମେଳାରେ ଆରକ୍ଷୀ ପ୍ରଶିକ୍ଷଣ ବିଦ୍ୟାଳୟର ଅଧ୍ୟକ୍ଷ ଭବେଶ କୁମାର ନାୟକ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ, ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନର ଅଧ୍ୟକ୍ଷ କାନ୍ତି ରଞ୍ଜନ ସାହୁ ଉପସ୍ଥିତ ରହି ନିଜର ବହୁମୂଲ୍ୟ ବକ୍ତବ୍ୟ ପ୍ରଦାନ କରିଥିଲେ । ସଭାକୁ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ମନସ୍ଵୀ ସେଠୀ ପରିଚାଳନା କରିଥିଲେ । ଏହି ନିଯୁକ୍ତି ମେଳାରେ ମୋଟ ୨୩ଗୋଟି ନିଯୁକ୍ତି ଦାତା…

Read More

ସଡ଼କ ସୁରକ୍ଷାର ସନ୍ଦେଶ ସହ କବିତାର ଝରଣା: ରଣପୁର ମହୋତ୍ସବର ଚତୁର୍ଥ ଦିବସ

ଭକ୍ତଚରଣଙ୍କ ସ୍ମୃତିରେ କବିତାର ଅଭିଷେକ ରଣପୁର,(ନୟାଗଡ଼ ଦର୍ପଣ): ରଣପୁର ମହୋତ୍ସବ ‘ଅର୍ଜୁନ’ର ଚତୁର୍ଥ ଦିବସ ସଡ଼କ ସୁରକ୍ଷା ସଚେତନତା, ସାହିତ୍ୟିକ ଚର୍ଚ୍ଚା ଓ ବିବିଧ ସାଂସ୍କୃତିକ କାର୍ଯ୍ୟକ୍ରମରେ ଉଲ୍ଲାସମୟ ଭାବେ ପାଳିତ ହୋଇଯାଇଛି।ସକାଳେ ପଞ୍ଚୁଦୋଳ ପଡିଆଠାରୁ ରଣପୁର ବସ ଷ୍ଟାଣ୍ଡ ପର୍ଯ୍ୟନ୍ତ ଏକ ସଡ଼କ ସୁରକ୍ଷା ସଚେତନ ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ଓଡ଼ିଶାର ବାଚସ୍ପତି ସୁରମା ପାଢ଼ୀ ଶୋଭାଯାତ୍ରାର ଉଦଘାଟନ କରିବା ସହ ପଦଯାତ୍ରାରେ ସାମିଲ ହୋଇ ସଡ଼କ ସୁରକ୍ଷା ସନ୍ଦେଶ ପ୍ରଚାର କରିଥିଲେ। ଏହି ଅବସରରେ ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି,  ରଣପୁର ତହସିଲଦାର ଆର୍ଯ୍ୟ କୁମାର ସର୍ବଦମନ ଓ ବିଡ଼ିଓ ମନୋଜ କୁମାର ମଧ୍ୟ ସଡ଼କ ସୁରକ୍ଷା ସଚେତନତା ବାର୍ତ୍ତା ଦେଇଥିଲେ। ଶୋଭାଯାତ୍ରାରେ ବିଭିନ୍ନ ସ୍କୁଲ, କଲେଜ ଓ ବହୁ ସଂଖ୍ୟକ ସାଧାରଣ ଲୋକ ସାମିଲ ହୋଇଥିଲେ। ଚତୁର୍ଥ ଦିବସକୁ ଭକ୍ତ…

Read More

DLSA ସହଯୋଗରେ ଅଧାରୁ ପାଠ ଛାଡ଼ିଥିବା ଛାତ୍ରଛାତ୍ରୀ ପୁଣି ପଢିବେ ପାଠ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦେଶ କ୍ରମେ ସଚିବ ଅଞ୍ଜଳି ମଛଖଣ୍ଡଙ୍କ ତତ୍ୱାବଧାନରେ ଏକ ଟିମ ଗଠନ କରି ନୂଆଗାଁ ବ୍ଲକ ଦୁରୁଦୁରା ପଞ୍ଚାୟତର ଶ୍ରୀବନ୍ତଦେଇପୁର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର କିଛି ଛାତ୍ର ସ୍କୁଲ ଆସୁନଥିବାରୁ ସେମାନଙ୍କୁ ସ୍କୁଲ ଶିକ୍ଷକଙ୍କୁ ନେଇ ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧିକାର ମିତ୍ର ବିଷ୍ଣୁ ଚରଣ ପଟ୍ଟନାୟକ, ପ୍ରକାଶ ଦଳେଇ, ଜ୍ୟୋସ୍ନାରାଣୀ ନାଥ, ଅନୁପମା ରାଉତ, ରୋନିତ ଦଳେଇ, ସୁରେନ୍ଦ୍ର ନାୟକ, ଏସ ଇପ୍ସିତା ଦେବଦର୍ଶିନୀଙ୍କ ମାଧ୍ୟମରେ ନୂଆପଲ୍ଲୀର ଅଷ୍ଟମ ଶ୍ରେଣୀର ଛାତ୍ର ରାନୁ ନାୟକ, ରବୀନ୍ଦ୍ର ନାହାକ କରଡ଼ାପଲ୍ଲୀର ସିଲୁ ମହାପାତ୍ରଙ୍କୁ ବହୁ ବୁଝାସୁଝା କରିବା ସହ ସେମାନଙ୍କ ପରିବାର ସଦସ୍ୟଙ୍କୁ ବୁଝାଇ ଶ୍ରୀବନ୍ତଦେଇପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ପହଞ୍ଚା ଯାଇଥିଲା। ସେମାନଙ୍କ ମଧ୍ୟରୁ…

Read More

ମନମୋହିଲା ଅସୀମା ପଣ୍ଡାଙ୍କ ଗୀତ ଓ ପପୁ ପମପମଙ୍କ କମେଡି

ଭାପୁର,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଭାପୁର ବ୍ଲକର ଅସ୍ମିତା, କଳା, ସଂସ୍କୃତି, ଐତିହ ଓ ପରମ୍ପରାକୁ ଉଜ୍ଜୀବିତ କରିବା ପାଇଁ ବହୁ ପ୍ରତିକ୍ଷୀତ ଉତ୍କର୍ଷ ଭାପୁର ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା -୨୦୨୬ ଉଦଘାଟିତ ହୋଇଯାଇଛି। ସକାଳ ୧୨ଟାରେ ଉତ୍କର୍ଷ ମହୋତ୍ସବର ଉଦଘାଟନ କାର୍ଯ୍ୟକ୍ରମ ଅତ୍ୟାନ୍ତ ଭକ୍ତିମୟ ଓ ଉତ୍ସାହପୂର୍ଣ୍ଣ ପରିବେଶରେ ଆରମ୍ଭ ହୋଇଛି। ବାବା ବାଲୁଙ୍କେଶ୍ୱର ଦେବ ପୀଠରୁ ଭାପୁର ମହୋତ୍ସବ ପଡିଆ ପର୍ଯ୍ୟନ୍ତ ଏକ ବିଶାଳ ମଶାଲ ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ଏହି ଅବସରରେ ଉତ୍କର୍ଷ ଭାପୁର ମହୋତ୍ସବର ସଭାପତି ବିଧାୟକ ଇଂ ଦୁଷ୍ମନ୍ତ କୁମାର ସ୍ୱାଇଁ ଠାକୁରଙ୍କ ନିକଟରେ ପୂଜର୍ଚନା କରି ପତାକା ଦେଖାଇ ମଶାଲ ଶୋଭାଯାତ୍ରା ଶୁଭାରମ୍ଭ କରିଛନ୍ତି। ମଶାଲ ଶୋଭାଯାତ୍ରାରେ ବହୁ ସଂଖ୍ୟାରେ ଯୁବକ, ଯୁବତୀ ଓ ସ୍ଥାନୀୟ ଲୋକେ ଉତ୍ସହର ସହ ଅଂଶଗ୍ରହଣ କରିଥିଲେ। ମଶାଲ ଶୋଭାଯାତ୍ରା ମହୋତ୍ସବ…

Read More

ବାର୍ଷିକ କ୍ରୀଡ଼ା ଉତ୍ସବ ଉଦ୍ଘାଟିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ସରକାରୀ ଉଚ୍ଚ ବିଦ୍ୟାଳୟ, ସିନ୍ଦୁରିଆର ବାର୍ଷିକ କ୍ରୀଡ଼ା ଉତ୍ସବ ଉଦ୍ଘାଟିତ ହୋଇଯାଇଛି। ପୂର୍ବାହ୍ନରେ କ୍ରୀଡ଼ା ଉତ୍ସବର ମଶାଲ ଦୁର୍ଗାପ୍ରସାଦ ଗ୍ରାମରେ ଥିବା ଜଳେଶ୍ଵର ବାବାଙ୍କ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଦୁର୍ଗାପ୍ରସାଦ ଓ ସିନ୍ଦୁରିଆ ଗ୍ରାମ ପରିକ୍ରମକରି କ୍ରିଡ଼ା ମାଧ୍ୟମରେ ଶାନ୍ତି, ସଂହତି ଓ ଭବିଷ୍ୟ ଜୀବନର ସାର୍ଥକତା ଉପରେ ବାର୍ତ୍ତା ଦେଇଥିଲେ। ଆଜିର କ୍ରୀଡ଼ା ଉତ୍ସବକୁ ପଞ୍ଚସଖା ଶିକ୍ଷା ସେତୁ ଯୋଜନାର ସଭାପତି ଭଗବାନ ଜେନା, ଓଡ଼ଗାଁ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ପ୍ରାଧ୍ୟାପକ ମହମ୍ମଦ ଉମର୍ ମଲ୍ଲିକ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନାରାୟଣ ସାହୁ ପ୍ରମୁଖ ଉପସ୍ଥିତ ଥାଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିବା ବେଳେ ପ୍ରଧାନଶିକ୍ଷୟିତ୍ରୀ ଝୁମୁରୀ ସାହୁ ଛାତ୍ରଛାତ୍ରୀଙ୍କ ଠାରୁ ମଶାଲ ଗ୍ରହଣକରି ସ୍ଥାପନା କଲାପରେ କ୍ରୀଡ଼ା ପତାକା ଉତ୍ତୋଳନ କରି ପିଲାଙ୍କୁ କ୍ରୀଡ଼ାର ଉପକାରିତା ଉପରେ…

Read More