Blog

ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ, ନୟାଗଡ ଜିଲ୍ଲାରେ ୩୮୯୭ଟି ମାମଲା ଫଇସଲା

ନୟାଗଡ଼,(ନୟାଗଡ଼ ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ଭାରତର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ଦିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୬ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି ୬୦ଟି ଦେୱାନି ମାମଲା ଫଇସଲା କରାଯାଇଥିଲା। ଏନ.ଆଇ. ଆକ୍ଟ କେସ ୨ଟି ଏବଂ ବିବାହଜନିତ ୨ଟି ମାମଲା ଫଇସଲା କରାଯାଇଥିଲା। ବ୍ଯାଙ୍କରୁ ଋଣ ନେଇ ଋଣ ପରିଶୋଧ କରିନଥିବା ୧୩୬ଜଣ ଋଣ ଗ୍ରହିତାଙ୍କଠାରୁ ୪୮,୦୧, ୩୯୭ଟଙ୍କା ଦେବା ପାଇଁ ରାଜିନାମା ସ୍ବାକ୍ଷରିତ କରାଯାଇଥିଲା । ଅନ୍ଯାନ୍ଯ ଫୌଜଦାରୀ ୮୩ଟି ମାମଲା ଫଇସଲା କରାଯାଇ…

Read More

ଘରକୁ ଘର ବୁଲି ନିର୍ବାଚନ ପ୍ରଚାର କରିବା ସହ ଭୋଟ୍ ଭିକ୍ଷା କଲେ ରମେଶ ବେହେରା

ନୂଆଗାଁ,(ନୟାଗଡ଼ ଦର୍ପଣ): କନ୍ଧମାଳ ସଂସଦୀୟ କ୍ଷେତ୍ର ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ର ବିଜେଡ଼ି ବିଧାୟକ ପ୍ରାର୍ଥୀ ରମେଶ ଚନ୍ଦ୍ର ବେହେରା ଆରମ୍ଭ କରିଦେଇଛନ୍ତି ମାରାଥନ ପ୍ରଚାର।ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଦୁରୁଦୁରା, କୋରଡ଼ା, ଉଦୟପୁର ପଞ୍ଚାୟତ ର ଗ୍ରାମ କୁ ଗ୍ରାମ ଏପରିକି ଘର ଘର ବୁଲି ବିଜେଡ଼ି ବିଧାୟକ ପ୍ରାର୍ଥୀ ରମେଶ ନିର୍ବାଚନ ପ୍ରଚାର କରିବା ସହ ଡବଲ ଶଙ୍ଖ ରେ ଭୋଟ ଦେବାପାଇଁ ଲୋକମାନଙ୍କୁ ଭୋଟ ଭିକ୍ଷା କରିଛନ୍ତି।ତତ୍ ସହିତ ଜନ କଲ୍ୟାଣ କାରୀ ବିଜେଡ଼ି ଇସ୍ତାହାର ସମ୍ପର୍କରେ ଲୋକମାନଙ୍କୁ ଜଣାଇଛନ୍ତି।ଲୋକମାନଙ୍କ ସାଥିରେ ଥିଲି, ଅଛି, ରହିଥିବି ଏବଂ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ର ଜନ ସାଧାରଣ ଙ୍କ ସେବା, ବିକାଶ ପାଇଁ ମୁଁ ସଙ୍କଳ୍ପ ବଦ୍ଧ ବୋଲି ବିଜେଡ଼ି ବିଧାୟକ ପ୍ରାର୍ଥୀ ରମେଶ ଚନ୍ଦ୍ର ବେହେରା କହିଛନ୍ତି। ତତ୍ ସହିତ…

Read More

ନୟାଗଡ଼ ଜିଲ୍ଲାର ଚାରି ନିର୍ବାଚନ ମଣ୍ଡଳୀର କିଏ କାହାର ପ୍ରତିଦ୍ୱନ୍ଦୀ ପ୍ରାର୍ଥୀ

ନୟାଗଡ଼,(ନୟାଗଡ଼ ଦର୍ପଣ): ସାଧାରଣ ନିର୍ବାଚନ ୨୦୨୪ର ୬ଷ୍ଠ ପର୍ଯ୍ୟାୟ ନିମନ୍ତେ ଆଜି ନୟାଗଡ଼ ଜିଲ୍ଲାର ୧୧୯-ରଣପୁର, ୧୨୦-ଖଣ୍ଡପଡ଼ା ଓ ୧୨୨-ନୟାଗଡ଼ ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀପତ୍ରପ୍ରତ୍ୟାହାର ତାରିଖ ଧାର୍ଯ୍ୟ କରାଯାଇଥିଲା । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର ପରେ ୧୧୯- ରଣପୁର ନିର୍ବାଚନ ମଣ୍ଡଳୀ ନିମନ୍ତେ ଯୋଗ୍ୟ ପ୍ରତିଦ୍ଵନ୍ଦୀ ପ୍ରାର୍ଥୀମାନେ ହେଲେ- ୧) ସରୋଜ କୁମାର ନାୟକ (ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟି), ୨) ସୁରମା ପାଢ଼ୀ (ଭାରତୀୟ ଜନତା ପାର୍ଟି), ୩) ସତ୍ୟନାରାୟଣ ପ୍ରଧାନ (ବିଜୁଜନତା ଦଳ), ୪) ବିଭୁପ୍ରସାଦ ମିଶ୍ର (ଭାରତୀୟ ଜାତୀୟ କଂଗ୍ରେସ), ୫) କୃଷ୍ଣଚନ୍ଦ୍ର ମହାପାତ୍ର (ସୋସାଲିଷ୍ଟ କମ୍ୟୁନିଷ୍ଟ ପାର୍ଟି), ୬) ସୁଧିର କୁମାର ଦାସ (ଆମ ଆଦ୍‌ ପାର୍ଟି), ୭) ହୁଲାସ ବାରିକ (ସ୍ୱାଧୀନ) ଓ ୮) ସନ୍ତୋଷ କୁମାର ସାହୁ (ସ୍ଵାଧୀନ)। ୧୨୦-ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀର ପ୍ରତିଦ୍ବନ୍ଦୀ ପ୍ରାର୍ଥୀମାନେ ହେଲେ ୧) ବୈଜୟନ୍ତିମାଳା…

Read More

ତୈଳଦର, ଗ୍ୟାସକୁ ନେଇ ବିରୋଧିଙ୍କୁ ଟାର୍ଗେଟ କଲେ ଅରୁଣ

ନୟାଗଡ଼ : ନୟାଗଡ଼ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଆଜି ନୟାଗଡ଼ ବିଜେଡି ବିଧାୟକ ପ୍ରାର୍ଥୀ ଡ. ଅରୁଣ କୁମାର ସାହୁ ଏବଂ ପୁରୀ ସାଂସଦ ପ୍ରାର୍ଥୀ ଅରୂପ ପଟ୍ଟନାୟକ ମାରାଥନ ପ୍ରଚାର କରିଛନ୍ତି। ନୟାଗଡ଼ ବିଧାୟକ ମଞ୍ଚ ଉପରୁ ସିଧା ସଳଖ କେନ୍ଦ୍ର ସରକାରକୁ ଟାର୍ଗେଟ କରିଛନ୍ତି। ପ୍ରେଟୋଲ ଓ ଡିଜେଲ୍ ଦରବୃଦ୍ଧି, ଉଜ୍ୱଳା ଗ୍ୟାସ ଯୋଜନା, ଦରଦାମ ବୃଦ୍ଧିକୁ ନେଇ ବିଜେପିର ଅସଲ ମୁଖା ଖୋଲିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କରନ୍ତି ବୋଲି କହିଛନ୍ତି ନୟାଗଡ଼ ବିଧାୟକ ଡ. ସାହୁ। ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବା ପାଇଁ ଯୋଡ଼ି ଶଙ୍ଖରେ ମତଦାନ କରିବାକୁ ଆହ୍ୱାନ ଦେଇଛନ୍ତି । ମିଛ କହୁଥିବା ଲୋକଙ୍କୁ ବିଶ୍ୱାସକୁ ନିଅନ୍ତୁ ନାହିଁ ବୋଲି କହିଛନ୍ତି । ଅପରାହ୍ନରେ ନୟାଗଡ଼ ବ୍ଲକର ନାଟୁଗାଁ, ଚମ୍ପତ୍ତିପୁର, ଗଦାଧରପ୍ରସାଦ, ଶରଧାପୁର,…

Read More

ବିଜେଡିର ବିରାଟ ମିଶ୍ରଣ ପର୍ବ, ଦୁଇ ହଜାରରୁ ଉର୍ଦ୍ଧ୍ୱ ବିରୋଧୀ ନେତା ବିଜେଡିରେ ସାମିଲ

ଦିଗହରା ହେଲାଣି ବିରୋଧୀ, ପୁଣି ୭୪ ନେତା ବିଜେଡିରେ ସାମିଲ ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ଦିନକୁ ଦିନ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ୨୦୦୦ ରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେଡିରେ ଯୋଗ ଦେଲେଣି । ଦିନକୁ ଦିନ ଶକ୍ତିହୀନ ହେଉଛି ବିରୋଧୀ । ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କରି ସାରିଲେଣି ନେତା ମାନେ । ଏହି ସମୟରେ ବିଜେଡି ଅଧୀକ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ବହୁ ପୁରୁଖା କର୍ମୀ ମାନେ ବିଜେଡିରେ ଯୋଗ ଦେଉଛନ୍ତି । ଯେଉଁଥିପାଇଁ ଚିନ୍ତାରେ ପଡିଛି ବିରୋଧୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଉଛନ୍ତି ବିରୋଧୀ ନେତା । ନୟାଗଡ଼ ବିଧାୟକ ଡ.…

Read More

ବିଜେଡିରେ ଯୋଗ ଦେଲେ ପୁର୍ବତନ ସରପଞ୍ଚଙ୍କ ପୁଅ ପୁରୁଷୋତ୍ତମ ମହାପାତ୍ର

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ଦିନକୁ ଦିନ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ୨୦୦୦ ରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେଡିରେ ଯୋଗ ଦେଲେଣି । ଦିନକୁ ଦିନ ଶକ୍ତିହୀନ ହେଉଛି ବିରୋଧୀ । ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କରି ସାରିଲେଣି ନେତା ମାନେ । ଏହି ସମୟରେ ବିଜେଡି ଅଧୀକ ଶକ୍ତିଶାଳୀ ହେବାରେ ଲାଗିଛି । ବିରୋଧୀ ଦଳର ବହୁ ପୁରୁଖା କର୍ମୀ ମାନେ ବିଜେଡିରେ ଯୋଗ ଦେଉଛନ୍ତି । ଯେଉଁଥିପାଇଁ ଚିନ୍ତାରେ ପଡିଛି ବିରୋଧୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଉଛନ୍ତି ବିରୋଧୀ ନେତା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନୀତି ଆଦର୍ଶ ଓ ବିକାଶ ମୁଳକ…

Read More

ନୟାଗଡ଼ରେ ବିଜେଡିର ମିଶ୍ରଣ ପର୍ବ, ବିରୋଧୀ ହେଉଛି ଦୁର୍ବଳ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ଦିନକୁ ଦିନ ଶକ୍ତିଶାଳୀ ହେବାରେ ଲାଗିଛି। ଏଇ କିଛି ଦିନ ଭିତରେ ବିରୋଧୀ ଦଳର ୧୯୦୦ ରୁ ଉର୍ଦ୍ଧ୍ୱ ନେତା ଓ କର୍ମୀ ବିଜେଡିରେ ଯୋଗ ଦେଲେଣି। ଦିନକୁ ଦିନ ଶକ୍ତିହୀନ ହେଉଛି ବିରୋଧୀ। ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରି ସାରିଲେଣି ନେତା ମାନେ। ଏହି ସମୟରେ ବିଜେଡି ଅଧୀକ ଶକ୍ତିଶାଳୀ ହେବାରେ ଲାଗିଛି। ବିରୋଧୀ ଦଳର ବହୁ ପୁରୁଖା କର୍ମୀମାନେ ବିଜେଡିରେ ଯୋଗ ଦେଉଛନ୍ତି। ଯେଉଁଥିପାଇଁ ଚିନ୍ତାରେ ପଡିଛି ବିରୋଧୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଉଛନ୍ତି ବିରୋଧୀ ନେତା। ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ନୀତି ଆଦର୍ଶ ଓ ବିକାଶ ମୁଳକ କାର୍ଯ୍ୟରେ ସନ୍ତୁଷ୍ଟ ହୋଇ ଅନେକ ବିରୋଧୀ ନେତା…

Read More

ବିଜେଡ଼ି ବିଧାୟକ ପ୍ରାର୍ଥୀ ରମେଶଙ୍କ ମାରାଥନ ପ୍ରଚାର

ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ରେ ଥିବା ୪ଟି ନିର୍ବାଚନ ମଣ୍ଡଳୀ ମଧ୍ୟରୁ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ହେଉଛି ବିଜୁ ଜନତା ଦଳର ଗଡ। ବିଧାୟକ ପ୍ରାର୍ଥୀ ରମେଶ ଙ୍କୁ ବଦନାମ କରି ବିଜେଡ଼ି ଗଡ କୁ ଭାଙ୍ଗିବା ପାଇଁ କିଛି କୁଚକ୍ରୀ ଚେଷ୍ଠା କରିଥିଲେ ମଧ୍ୟ ବିଧାୟକ ରମେଶଙ୍କ ଅକ୍ଲାନ୍ତ ପରିଶ୍ରମ, ଚେଷ୍ଠା ବଳରେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ଯେଉଁ ବିକାଶ ଦିଗରେ ଆଗେଇ ଚାଲିଲା, ଯାହାର ଫଳ ସ୍ୱରୂପ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ରମେଶଙ୍କ ଉପରେ ଆସ୍ଥା ପ୍ରକଟ କରି ପୁନର୍ବାର ବିଧାୟକ ପ୍ରାର୍ଥୀ ଭାବେ ରମେଶ ଚନ୍ଦ୍ର ବେହେରାଙ୍କୁ ଟିକେଟ ପ୍ରଦାନ କଲେ। କୁଚକ୍ରୀମାନେ ଯେଉଁ ଅଙ୍କ କସିଥିଲେ ତାହା ଛିଡ଼ିଲା। ବର୍ତ୍ତମାନ ବିଜେଡ଼ି ବିଧାୟକ ପ୍ରାର୍ଥୀ ରମେଶ ଘର ଘର ବୁଲି ମାରାଥନ ପ୍ରଚାର ଆରମ୍ଭ କରିଦେଇଛନ୍ତି।ଦଶପଲ୍ଲା ନିର୍ବାଚନ…

Read More

ନୟାଗଡ଼, ଖଣ୍ଡପଡ଼ା ଓ ରଣପୁର ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀପତ୍ର ଯାଞ୍ଚ ଶେଷ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ୩ଟି ବିଧାନସଭା କ୍ଷେତ୍ର ପାଇଁ ଆଜି ନାମାଙ୍କନ ଦାଖଲ ଶେଷ ହୋଇ ଆଜି ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି। ନୟାଗଡ଼, ରଣପୁର ଓ ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀ ପାଇଁ ଆସନ୍ତା ୨୫ ତାରିଖରେ ମତଦାନ ହେବାକୁ ଥ‌ିବା ବେଳେ ଆଜି ପ୍ରାର୍ଥୀପତ୍ର ଯାଞ୍ଚ ଶେଷ ହୋଇଛି । ନୟାଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୭ଜଣ ପ୍ରାର୍ଥୀ ରହିଥ‌ିବା ବେଳେ ରଣପୁର ପାଇଁ ୯ଜଣ ପ୍ରାର୍ଥୀ, ଖଣ୍ଡପଡ଼ା ପାଇଁ ୧୦ ଜଣ ପ୍ରାର୍ଥୀ ରହିଥିଲେ । ଯାଞ୍ଚ ପରେ ନୟାଗଡ଼ ବିଧାନସଭା ଆସନରୁ ଜଣେ ଏବଂ ରଣପୁରରୁ ଜଣେ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ରଦ୍ଦ ହୋଇଛି । ନୟାଗଡ଼ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳରୁ ଡ. ଅରୁଣ କୁମାର ସାହୁ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ବିଜେପିରୁ ପ୍ରତ୍ୟୁଷା ରାଜେଶ୍ବରୀ…

Read More

ଓଡ଼ଗାଁରେ ବିଜେଡି ନିର୍ବାଚନ କାର୍ଯ୍ୟାଳୟ ଉଦଘାଟିତ

ଓଡ଼ଗାଁ,(ନୟାଗଡ଼ ଦର୍ପଣ): ନୟାଗଡ଼ ନିର୍ବାଚନମଣ୍ଡଳୀ ଓଡ଼ଗାଁ ଏନଏସି ଅନ୍ତର୍ଗତ ରଘୁନାଥ ମନ୍ଦିର ରାସ୍ତା ରାଧାକାନ୍ତ ମଠ ସମ୍ମୁଖରେ ବିଜୁ ଜନତା ଦଳର ନିର୍ବାଚନୀ କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି।ବିଜୁ ଜନତା ଦଳ ଜିଲ୍ଲା ସାଧାରଣ ସମ୍ପାଦକ ବିଭୁପ୍ରସାଦ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ଯୋଗ ଦେଇ ଫିତା କାଟି ଆନୁଷ୍ଠାନିକ ଏହାର ଉଦଘାଟନ କରିଥିଲେ।ଦଳୀୟ ନେତୃବୃନ୍ଦଙ୍କ ସମେତ ଶତାଧିକ କର୍ମୀଙ୍କ ଉପସ୍ଥିତିରେ କାର୍ଯ୍ୟାଳୟର ଶୁଭ ଉଦଘାଟନ ହୋଇଥିବାବେଳେ ନୟାଗଡ଼ ନିର୍ବାଚନମଣ୍ଡଳୀରେ ମେ ୨୫ରେ ପୁରୀ ଲୋକସଭା ଓ ନୟାଗଡ଼ ବିଧାନସଭା କ୍ଷେତ୍ର ନିମନ୍ତେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ନବୀନଙ୍କ ବିକାଶ ରଥକୁ ଆଗେଇ ନେବା ପାଇଁ ବିଜେଡିର ବିଧାୟକ ପ୍ରାର୍ଥୀ ଅରୁଣ ସାହୁଙ୍କ ସହ ସାଂସଦ ପ୍ରାର୍ଥ ଅରୁପ ପଟ୍ଟନାୟକଙ୍କୁ ଯୋଡି ଶଙ୍ଖରେ ଭୋଟ ଦେବା ପାଇଁ…

Read More