ନୟାଗଡ଼, (ନୟାଗଡ଼ ଦର୍ପଣ): ରାଜ୍ୟରେ ଛାତ୍ରୀଙ୍କୁ ଅସଦାଚରଣ, ଦୁଷ୍କର୍ମ, ହତ୍ୟା ଭଳି ଘଟଣା ଅହେତୁକ ବୃଦ୍ଧି ପାଇଥିବା ବେଳେ ରାଜ୍ୟ ବିଜେପି ସରକାର ନୀରବଦ୍ରଷ୍ଟା ସାଜିଛନ୍ତି । ଯାହାକୁ ନେଇ ଆଜି ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଛାତ୍ର ଆନ୍ଦୋଳନ ତୀବ୍ରତର ହୋଇଛି । ନୟାଗଡ଼ ଜିଲ୍ଲା ବିଜେଡି ସଭାପତି ତଥା ବିଧାୟକ ରମେଶ ଚନ୍ଦ୍ର ବେହେରା, ନୟାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ପରାମର୍ଶ କ୍ରମେ ଆଜି ଜିଲ୍ଲାର ବିଭିନ୍ନ ସ୍ଥାନରେ ଛାତ୍ର ଆନ୍ଦୋଳନ ଅନୁଷ୍ଠିତ ହୋଇଛି । ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସାମ୍ନାରେ ରାସ୍ତାରୋକ ଓ ବିକ୍ଷୋଭ ଅନୁଷ୍ଠିତ ହୋଇଛି । ଶହ ଶହ ସଂଖ୍ୟାରେ ଛାତ୍ରଛାତ୍ରୀ ସାମିଲ ହୋଇ ପ୍ରତିବାଦ କରିଛନ୍ତି । ଛାତ୍ରଛାତ୍ରୀମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି…
Read MoreBlog
ଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ସେବା ଉତ୍ସବ ଆୟୋଜିତ
ଦଶପଲ୍ଲା, (ନୟାଗଡ଼ ଦର୍ପଣ) : ଆଜି ଦଶପଲ୍ଲା ବ୍ଲକ ଅଧିନସ୍ଥ ଟାକରା ଗ୍ରାମ ଠାରେ ଥିବା ବାବା ସିଦ୍ଧେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଦଶପଲ୍ଲା ଅଂଚଳର ଅଗ୍ରଣୀ ସ୍ବେଛାସେବୀ ସଂଗଠନ ଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟ ତରଫରୁ ସେବା ଉତ୍ସବ – ୨୦୨୫ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ସକାଳ ୮ ଘଟିକାରେ ଏକ ମଶାଲ ଶୋଭାଯାତ୍ରାର ଆୟୋଜନ କରାଯାଇଥିବା ବେଳେ ମଧ୍ୟାହ୍ନରେ ଉତ୍ସର୍ଗ ଫାଉଣ୍ଡେସନ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ହୋଇଥିଲା। ମଶାଲ ଶୋଭାଯାତ୍ରାରେ ଅତିଥି ଭାବରେ ଟାକରା ଗ୍ରାମ ପଂଚାୟତ ସରପଞ୍ଚ ମଦନ କୁମାର ଯାନୀ ଯୋଗ ଦେଇଥିବା ବେଳେ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଟାକରା ବନପାଳ ରାକେଶ କୁମାର ସାହୁ, ବନରକ୍ଷୀ ଅଜୟ କୁମାର ସାହୁ ଯୋଗଦେଇଥିଲେ। ଅପରାହ୍ନରେ ଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟର ମୁଖ୍ୟ ଉତ୍ସବ ସେବାଉତ୍ସବ – ୨୦୨୫ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ଯେଉଁଥିରେ ୧…
Read Moreସାମ୍ବାଦିକ ଭବନରେ ରକ୍ତଦାନ ଶିବିର, ୭୫ ୟୁନିଟ ସଂଗ୍ରହ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସାମ୍ବାଦିକ ଭବନ ପରିସରରେ ଆଜି ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସାମ୍ବାଦିକ ଭବନ ଓ ରୋଟାରୀ କ୍ଲବ ସହଭାଗିତାରେ ଅନୁଷ୍ଠିତ ଏହି ଶିବିରକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଉଦଘାଟନ କରିବା ସହ ପ୍ରଥମ ରକ୍ତଦାତା ଭାବେ ରକ୍ତଦାନ କରିଥିଲେ । ତାଙ୍କ ଜୀବନର ଏହା ୫୦ ତମ ରକ୍ତଦାନ ବୋଲି ସେ ସୂଚନା ଦେଇଥିଲେ । ଅନ୍ୟତମ ଅତିଥି ଭାବେ ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଶାନ୍ତ କୁମାର ଦାଶ ଏବଂ ସମାଜସେବୀ ଦାମୋଦର ସାହୁ, ଜିଲ୍ଲା ପରିଷଦ ସଦସ୍ୟ ସରୋଜ କୁମାର ରଣସିଂ ଯୋଗ ଦେଇଥିଲେ। ସାମ୍ବାଦିକ ଭବନ ସଭାପତି ବୈଦ୍ୟଭୂଷଣ ମହାପାତ୍ର, କାର୍ଯ୍ୟକାରୀ ସମ୍ପାଦକ ଅନୀଲ କୁମାର ପଣ୍ଡା, ରୋଟାରୀ କ୍ଲବ ସଭାପତି ଶ୍ରୀକାନ୍ତ କୁମାର…
Read Moreରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ, ଦୈନିକ ଖବର କାଗଜର ଶିରୋନାମା ପାଲଟୁଛି ଅସଦାଚରଣ, ଦୁଷ୍କର୍ମ, ଅପହରଣ ଓ ହତ୍ୟା ଘଟଣା
ନୟାଗଡ଼, (ନୟାଗଡ଼ ଦର୍ପଣ) : ରାଜ୍ୟରେ ଛାତ୍ରୀଙ୍କୁ ଅସଦାଚରଣ, ଦୁଷ୍କର୍ମ, ହତ୍ୟା ଭଳି ଘଟଣା ଅହେତୁକ ବୃଦ୍ଧି ପାଇଥିବା ବେଳେ ରାଜ୍ୟ ବିଜେପି ସରକାର ନୀରବଦ୍ରଷ୍ଟା ସାଜିଛନ୍ତି । ଯାହାକୁ ନେଇ ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ତଥା ବିଧାୟକ ବ୍ୟୋମେକେଶ ରାୟ ଏବଂ ପୂର୍ବତନ ଛାତ୍ର ସଭାପତି ତଥା ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ଆସନ୍ତା ଜୁନ ୨୫ ତାରିଖ ସାରା ରାଜ୍ୟରେ ଛାତ୍ର ଆନ୍ଦୋଳନ ପାଇଁ ଡାକରା ଦେଇଛନ୍ତି । ଏହି ଅବସରରେ ନୟାଗଡ଼ ଜିଲ୍ଲା ବିଜେଡି ସଭାପତି ତଥା ବିଧାୟକ ରମେଶ ଚନ୍ଦ୍ର ବେହେରା, ନୟାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ପରାମର୍ଶ କ୍ରମେ ଆସନ୍ତାକାଲି ସକାଳ ୧୦ ଘଟିକା ସମୟରେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସାମ୍ନାରେ ରାସ୍ତାରୋକ ଓ ବିକ୍ଷୋଭ ଅନୁଷ୍ଠିତ…
Read Moreଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆସନ୍ତା ୨୫ ତାରିଖରେ ସେବା ଉତ୍ସବ
ଦଶପଲ୍ଲା, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ଅଧିନସ୍ଥ ଟାକରା ଠାରେ ଆସନ୍ତା ୨୫ତାରିଖ ଅର୍ଥାତ ବୁଧବାର ଦିନ ଦଶପଲ୍ଲା ବ୍ଲକର ଟାକରା ଅଂଚଳର ଅଗ୍ରଣୀ ସ୍ବେଛାସେବୀ ସଂଗଠନ ଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟ ତରଫରୁ ସେବାଉତ୍ସବ – ୨୦୨୫ ଆୟୋଜନ କରାଯିବାକୁ ନିଷ୍ପତି ନିଆଯାଇଛି। ଏଥିରେ ସକାଳ ସମୟରେ ମଶାଲ ଶୋଭାଯାତ୍ରା ପରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅପରାହ୍ନରେ ସେବା ଉତ୍ସବ – ୨୦୨୫ ଯେଉଁଥିରେ ଅଂଚଳର ଗରିବ, ଅସହାୟ, ଭିନ୍ନକ୍ଷମ, ବୃଦ୍ଧ ବୃଦ୍ଧାଙ୍କୁ ଶୁଖିଲାଖାଦ୍ୟ, ବସ୍ତ୍ର, ଛତା, କମ୍ବଳ, ଚପଲ ଭଳି ନିତ୍ୟ ବ୍ୟବହାର ସାମଗ୍ରୀ ବଣ୍ଟନ କରାଯିବ। ତତସହିତ କାର୍ଯ୍ୟକ୍ରମର ଅନ୍ତିମ ପର୍ଯ୍ୟାୟରେ କଳାକୃତି ସହିତ ଜଡ଼ିତ ଥିବା ସ୍ଥାନୀୟ ଅଂଚଳର ଯୁବଗୋଷ୍ଠୀ ଓ କୁନିକୁନି ଛୋଟ ପିଲାଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ହେବାକୁ ଥିବା ଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟର ସମ୍ପାଦକ ନିହାର…
Read Moreଡକ୍ଟର ପ୍ରତାପ କୁମାର ପରିଡ଼ାଙ୍କ ‘ଅଲଭ୍ୟ’ ପୁସ୍ତକ ଉନ୍ମୋଚିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ଜ୍ଞାନ ପ୍ରକାଶର ନବମ ବାର୍ଷିକ ଉତ୍ସବ ଓ ନେସନାଲ୍ କନଫରେନ୍ସ-୨୦୨୫ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜ୍ଞାନ ପ୍ରକାଶ ପତ୍ରିକା ଉନ୍ମୋଚନ ସହ ଆଦର୍ଶ ଶିକ୍ଷକ, ଲେଖକ ଓ କବି ଡକ୍ଟର ପ୍ରତାପ କୁମାର ପରିଡ଼ାଙ୍କର ପ୍ରଥମ କବିତା ସଂଙ୍କଳନ ଅଲଭ୍ୟ ପୁସ୍ତକ ଉନ୍ମୋଚନ ହୋଇଯାଇଛି । ସମ୍ବର୍ଦ୍ଧନା ପର୍ବରେ ପ୍ରତାପ କୁମାର ପରିଡ଼ାଙ୍କୁ ଶିକ୍ଷା ଓ ସାହିତ୍ୟ ସମ୍ମାନ-୨୦୨୫ରେ ସମ୍ମାନିତ କରାଯାଇଥିଲା। ମୁଖ୍ୟ ଅତିଥି ବ୍ୟଙ୍ଗକବି ଜ୍ଞାନ ହୋତା ଓ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ୱରର ପ୍ରଫେସର ଲକ୍ଷ୍ମୀଧର ବେହେରା, କୋଠଘର ପ୍ରତିଷ୍ଠାତା ସମ୍ପାଦିକା ଅମ୍ବିକା ସ୍ବାଇଁ ଓ ଅନ୍ୟାନ୍ୟ ଅତିଥି ଉପସ୍ଥିତ ଥିଲେ। ଜ୍ଞାନ ପ୍ରକାଶର ପ୍ରତିଷ୍ଠାତା ସମ୍ପାଦକ ଜ୍ଞାନଚାନ୍ଦ ଶତପଥୀ ମଞ୍ଚ ପରିଚାଳନା ଓ ଧନ୍ୟବାଦ ଅର୍ପଣ କରିଥିଲେ।
Read Moreବିଶିଷ୍ଟ ଔପନ୍ୟାସିକ ବିଶ୍ୱନାଥ ମହାପାତ୍ରଙ୍କ ଉପନ୍ୟାସ “ସେଇ ଝିଅ ଶିବାନୀ” ଲୋକାର୍ପିତ
ନୟାଗଡ଼,(ନୟାଗଡ଼ ଦର୍ପଣ): କମ୍ରେଡ ବିଶ୍ଵନାଥ ମହାପାତ୍ରଙ୍କ ନୂତନ ଉପନ୍ୟାସ ‘ସେଇ ଝିଅ ଶିବାନୀ’ ଦଶପଲ୍ଲା ତୈଳିକ ବୈଶ୍ୟ ସମାଜ ସଭାକକ୍ଷରେ ଜିଲ୍ଲାର ଶତାଧିକ ସ୍ୱନାମଧନ୍ୟ କବି, ଲେଖକ ଓ ବୁଦ୍ଧିଜୀବୀଙ୍କ ଗହଣରେ ଲୋକାର୍ପଣ କରିଛନ୍ତି ସୁସାହିତ୍ୟିକ ତଥା ବିଧାୟକ ଡ. ଅରୁଣ କୁମାର ସାହୁ। ନିୟମିତ ଭାବେ ଔପନ୍ୟାସିକ ବିଶ୍ଵନାଥ ମହାପାତ୍ର ସମାଜର ଅବିକଳ ଚିତ୍ରକୁ ଉପନ୍ୟାସର ରଙ୍ଗ ତୂଳୀରେ ନିଚ୍ଛକ ଓ ନିର୍ଭୀକ ଭାବରେ ଅଙ୍କନ କରି ପ୍ରତି ବର୍ଷ ପାଠକମାନଙ୍କ ନିକଟରେ ଉପସ୍ଥାପିତ କରୁଥିବାରୁ ତାଙ୍କର ସାରସ୍ବତ କୀର୍ତ୍ତି କାଳେକାଳେ ସମାଜର ଉତ୍ତରଣରେ ସହାୟକ ହୋଇ ପାରିବ ବୋଲି ଡ. ସାହୁ ମତପ୍ରକାଶ କରିଥିଲେ।ବିଶିଷ୍ଟ ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୁସ୍ତକର ସମୀକ୍ଷାମୂଳକ ଉପସ୍ଥାପନା କରିଥିଲେ ବିଶିଷ୍ଟ ଶିକ୍ଷାବିତ ଡ. ମାଧବ ଚନ୍ଦ୍ର ମିଶ୍ର। ପୁସ୍ତକର ମୁଖ୍ୟ ଚରିତ୍ର ଶିବାନୀର…
Read Moreକଣ୍ଟିଲୋକୁ ରେଳ ସଂଯୋଗ ନେଇ ସାଂସଦକୁ ଭେଟିଲେ କ୍ରିୟାନୁଷ୍ଠାନ କମିଟି ସଦସ୍ୟ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ କଣ୍ଟିଲୋସ୍ଥିତ ନୀଳମାଧବ ପୀଠକୁ ରେଳ ସେବା ନେଇ ତାଳଚେର -ଗୋପାଳପୁର ରେଳପଥ ନିର୍ମାଣ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆବାହକ ସମାଜସେବୀ ପ୍ରମୋଦ ପଟ୍ଟନାୟକ, ବିନାୟକ ମିଶ୍ର, ରାମେଶ୍ୱର ଶତପଥୀ, ଶନିବାର ସନ୍ଧ୍ୟାରେ କଟକ ଲୋକସଭା ସାଂସଦ ଭର୍ତ୍ତୃହରି ମହତାବଙ୍କୁ କଟକସ୍ଥିତ ପ୍ରଜାତନ୍ତ୍ର କାର୍ଯ୍ୟାଳୟରେ ସାକ୍ଷାତ ସହ ଆଲୋଚନା କରିଥିଲେ। ମାନ୍ୟବର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଦେଇଥିବା ପ୍ରତିଶୃତିକୁ ତ୍ୱରାନ୍ୱିତ କରିବା ଦିଗରେ ମାନ୍ୟବର ସାଂସଦ ତୁରନ୍ତ ପଦକ୍ଷେପ ନେବେ ବୋଲି କଥା ଦେଇଥିଲେ। ସୂଚନା ଯୋଗ୍ୟ ବଡମ୍ବା-ନରସିଂହପୁର, କଣ୍ଟିଲୋ, ଖଣ୍ଡପଡ଼ା, ନୟାଗଡ଼ ଦେଇ ଏକ ସ୍ୱତନ୍ତ୍ର ଲାଇନ କାଇପଦର ସହ ସଂଯୋଗ କରିବା ପାଇଁ ଡିପିଆର ପ୍ରସ୍ତୁତ ନିମନ୍ତେ ରେଳ ବିଭାଗ ତିନି କୋଟି ଟଙ୍କା ଅନୁଦାନ ଯୋଗାଇ ଦେଇଛନ୍ତି। କ୍ରିୟାନୁଷ୍ଠାନ କମିଟିର ସଭ୍ୟମାନଙ୍କୁ ଦିଲ୍ଲୀ ଆସିବା ପାଇଁ ମାନ୍ୟବର ସାଂସଦ…
Read Moreଜିଲ୍ଲାସ୍ତରୀୟ ୧୧ତମ ଆନ୍ତର୍ଜାତିକ ଯୋଗ ଦିବସ
ନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲା ସ୍ତରୀୟ ୧୧ତମ ଆନ୍ତର୍ଜାତିକ ଯୋଗ ଦିବସ ନୟାଗଡ଼ ସ୍ଵୟଂ ଶାସିତ ମହାବିଦ୍ୟାଳୟରେ ସ୍ଥିତ ଡ଼ାଇମଣ୍ଡ ଜୁବିଲି ଅଡିଟୋରିୟମ ଠାରେ ପାଳିତ ହୋଇଯାଇଛି। ଏହି ଯୋଗ ଦିବସରେ ମୁଖ୍ୟ ଅତିଥି ଭାବ ଓଡିଶା ସରକାରଙ୍କ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେଖଣ୍ଡପଡା ବିଧାୟକ ଦୁଷ୍ମନ୍ତ କୁମାର ସ୍ଵାଇଁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ଅକ୍ଷୟ ସୁନିଲ୍ ଅଗ୍ରୱାଲଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ,ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଗ୍ନଜିତ ରାଉତ, ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦାର ଯୋଗଦେଇଥିଲେ। ଏକା ସାଙ୍ଗରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମର ସିଧା ପ୍ରସାରଣ ସହିତ ଜୁବୁଲି ଅଡିଟୋରିୟମ ଓ କଲେଜ ଖେଳ ପଡ଼ିଆରେ ଯୋଗ ଶିକ୍ଷକ ପରମାନନ୍ଦ ପରିଡା, ସୁଶାନ୍ତ କୁମାର…
Read Moreରୋହିବାଙ୍କ ଉଚ୍ଚ ବିଦ୍ୟାଳୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ଓଡ଼ଗାଁ, (ନୟାଗଡ଼ ଦର୍ପଣ): ପ୍ରଥମେ ସୁସ୍ଥ ଶରୀର ତାପରେ ବିଦ୍ୟାଧ୍ୟୟନ। ସୁସ୍ଥ ଶରୀର ପାଇଁ ଯୋଗ ଓ ବ୍ୟାୟାମ ନିତ୍ୟାନ୍ତ ଆବଶ୍ୟକ। ସୁସ୍ଥ ଶରୀର ସୁସ୍ଥ ମନ ସୃଷ୍ଟି କରେ ଯାହା କି ବିଦ୍ୟାର୍ଥୀମାନଙ୍କ ପାଇଁ ଅତି ଜରୁରୀ। ସେଥିପାଇଁ ପ୍ରତି ବିଦ୍ୟାଳୟରେ ଶାରୀରିକ କ୍ରୀଡା ଶିକ୍ଷକ ନିଯୁକ୍ତି କରାଯାଇଛି। ଆଜି ଆନ୍ତର୍ଜାତୀୟ ଯୋଗ ଦିବସ ଓଡ଼ଗାଁ ବ୍ଲକ ସରକାରୀ ଉଚ୍ଚ ବିଦ୍ୟାଳୟ ରୋହିବାଙ୍କରେ ପାଳିତ ହୋଇସାରିଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ବାରିକଙ୍କ ନିର୍ଦେଶ କ୍ରମେ କ୍ରୀଡା ଶିକ୍ଷକ ଆଲୋକ ନାୟକ ଓ ସହଯୋଗୀ ଶିକ୍ଷକ ପ୍ରକୃତି ବନ୍ଧୁ ସନ୍ତୋଷ କୁମାର ସାହୁ ପ୍ରାୟ ଉପସ୍ଥିତ ୨୮୭ଜଣ ଛାତ୍ରଛାତ୍ରୀଙ୍କୁ ନେଇ ବିଦ୍ୟାଳୟ ପରିସରରେ ଯୋଗ ଦିବସ ପାଳନ କରାଯାଇଥିଲା। ସମସ୍ତ ପିଲାମାନଙ୍କୁ ନେଇ ପଦ୍ମାସନ, ବାଳାସନ, ନଟରାଜାସନ, ତାଡାସନ, ଚକ୍ରାସନ, ବୃକ୍ଷା ସନ, ସୁଯ୍ୟ ନମସ୍କାର,…
Read More