Blog

ସରକାରୀ ଉଚ୍ଚ ବିଦ୍ୟାଳୟ ସିନ୍ଦୁରିଆରେ ବିଶ୍ଵ ଯୋଗ ଦିବସ ପାଳିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ଜୁନ୍ ୨୧ ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଝୁମୁରୀ ସାହୁଙ୍କ ସଂଯୋଜନାରେ “ବିଶ୍ଵ ଯୋଗ ଦିବସ” ପାଳିତ ହୋଇଯାଇଛି। ସର୍ବ ପ୍ରଥମେ ଯୋଗର ଆବଶ୍ୟକତା ସହିତ ସୁସ୍ଥ ରହିବା ପାଇଁ ନିୟମିତ ଯୋଗ ଓ ବ୍ୟାୟାମ କରିବା ଉପରେ ପ୍ରଧାନଶିକ୍ଷୟିତ୍ରୀ ଝୁମୁରୀ ସାହୁ ଛାତ୍ରଛାତ୍ରୀଙ୍କୁ ବୁଝାଇବା ପରେ ସାମୁହିକ ଯୋଗ କରାଯାଇଥିଲା। ବିଶିଷ୍ଟ ଯୋଗ ବିଶାରଦ ତଥା କ୍ରୀଡ଼ା ଶିକ୍ଷୟିତ୍ରୀ ସ୍ଵପ୍ନାରାଣୀ ନନ୍ଦ ସଭିଙ୍କୁ ଯୋଗ କରାଇଥିବା ବେଳେ ସହକାରୀ ଶିକ୍ଷୟିତ୍ରୀ ନିଶାମଣି ମିଶ୍ର ତାଙ୍କୁ ସହାୟତା କରିଥିଲେ। ଏହି ଯୋଗ କାର୍ଯ୍ୟକ୍ରମରେ ସହକାରୀ ଶିକ୍ଷକ ସଲିମ୍ ଇବ୍ରାହିମ୍, ତାଜୁଦ୍ଦିନ୍ ଖାଁ, ଜିତେନ୍ଦ୍ର କୁମାର ଗୁରୁ ସମେତ ସହକାରୀ ଶିକ୍ଷୟିତ୍ରୀ ଲକ୍ଷ୍ମୀପ୍ରିୟା ନାୟକ, ରଶ୍ମୀ ରଞ୍ଜିତା ବେହେରା, ତ୍ରିପୁରା ସେଠୀ, ସବିତା ପଟ୍ଟନାୟକ, ପ୍ରବାସିନୀ ମିଶ୍ର…

Read More

ସମର୍ପଣ ବୃଦ୍ଧାଶ୍ରମରେ ବିଶ୍ବ ଯୋଗ ଦିବସ ପାଳନ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସହର ନିକଟସ୍ଥ ଲେଖନପୁର ଠାରେ ଗଢିଉଠିଥିବା ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅନୁଷ୍ଠାନ ତରଫରୁ ବିଶ୍ବଯୋଗ ଦିବସ ପାଳନ ହୋଇଯାଇଛି। ନୟାଗଡ଼ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ସଚିବ ତଥା ସିନିୟର ବିଭାଗ ବିଚାରପତି ଅଞ୍ଜଳୀ ମଛଖଣ୍ଡଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଆଇନସେବା ପ୍ରାଧିକରଣର ସାମାଜିକକର୍ମୀ ପ୍ରଫୁଲ କୁମାର ବେହେରା, ମମତା ବେହେରା ଓ ଜିନୁ ସାହୁ ଯୋଗଦେଇଥିଲା ବେଳେ ଯୋଗଗୁରୁ ଭାବେ ସମାଜସେବୀ ତଥା ଆଇନଜୀବୀ କାମାକ୍ଷା ପ୍ରସାଦ ଦାସ ଓ ସେବାବ୍ରତୀ ଆଚାର୍ଯ୍ୟା ଶୋଭାରାଣୀ ସାହୁ ସମର୍ପଣ ଅନ୍ତେବାସୀ ବରିଷ୍ଠ ନାଗରିକ ମାନଙ୍କୁ ଯୋଗ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ନିୟମିତ ଯୋଗ କରିବା ଦ୍ବାରା  ମନ ପ୍ରଫୁଲ ରହିବ ଏବଂ ବହୁ ପୁରାତନ ବାତରୋଗ ସହିତ ଅନେକ ରୋଗଯନ୍ତ୍ରଣାକୁ ଦୂର କରି ପାରିବା ବୋଲି ଯୋଗଗୁରୁ ମାନେ…

Read More

ନୟାଗଡ଼ରେ RAMP ଅନ୍ତର୍ଗତ ଗୁଣବତ୍ତା ପ୍ରମାଣପତ୍ର ଉପରେ ବିକ୍ରେତା ସଂଗ୍ରହ ଅଭିଯାନ କର୍ମଶାଳା

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାପାଳଙ୍କ ସଦ୍‌ଭାବନା ଗୃହରେ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଗୁଣାତ୍ମକ ପ୍ରମାଣପତ୍ର ଉପରେ ବିକ୍ରେତା ସଂଗ୍ରହ ଅଭିଯାନକୁ ସଫଳତାର ସହ ସମାପ୍ତ କରିଛି । ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ MSME ପ୍ରଦର୍ଶନ ବୃଦ୍ଧି ଏବଂ ତ୍ୱରାନ୍ୱିତ କରିବା (RAMP)ପଦକ୍ଷେପର ଏକ ଅଂଶ ଯାହାର ଲକ୍ଷ୍ୟ ISO,LEAN ଏବଂ ZED ଭଳି ଗୁଣାତ୍ମକ ପ୍ରମାଣପତ୍ର ଉପରେ ଧ୍ୟାନ ଦେଇ ରାଜ୍ୟସାରା MSME ଗୁଡ଼ିକର କ୍ଷମତା ଏବଂ ପ୍ରତିଯୋଗିତାମୂଳକତାକୁ ବୃଦ୍ଧି କରିବା । କର୍ମଶାଳାରେ ଜିଲ୍ଲାପାଳ ତାଙ୍କ ବକ୍ତବ୍ୟରେ କହିଲେ ଯେ, MSME ଗୁଡ଼ିକର ପ୍ରତିଯୋଗିତା ମୂଳକ ଏବଂ ଦକ୍ଷତାକୁ ଚଳାଇବାରେ ଗୁଣାତ୍ମକ ପ୍ରମାଣପତ୍ରର ଗୁରୁତ୍ୱ ରହିଛି । ଭାରତୀୟ ଗୁଣାତ୍ମକ ପରିଷଦ ଏବଂ ଜାତୀୟ ଉତ୍ପାଦକତା ପରିଷଦର ବିଶେଷଜ୍ଞ ବକ୍ତାମାନେ ପ୍ରମାଣପତ୍ର ପ୍ରକ୍ରିୟା ଉପରେ ମୂଲ୍ୟବାନ ମାର୍ଗଦର୍ଶନ ପ୍ରଦାନ କରିଥିଲେ । ସେମାନେ ବ୍ୟବସାୟିକ…

Read More

ଆସନ୍ତା ୨୫ତାରିଖରେ ସାମ୍ବାଦିକ ଭବନରେ ରକ୍ତଦାନ ଶିବିର

ନୟାଗଡ଼, (ନୟାଗଡ଼ ଦର୍ପଣ) : ନୟାଗଡ଼ ସାମ୍ବାଦିକ ଭବନରେ ଆସନ୍ତା ୨୫ ତାରିଖ ବୁଧବାର ଦିନ ରକ୍ତଦାନ ଶିବିର ଅନୁଷ୍ଠିତ ହେବ ବୋଲି ସ୍ଥିର ହୋଇଛି । ଏନେଇ ସାମ୍ବାଦିକ ଭବନ ପରିସରରେ ସଭାପତି ବୈଦ୍ୟଭୂଷଣ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ନୟାଗଡ଼ ରକ୍ତ ଭଣ୍ଡାରରେ ଲାଗି ରହିଥିବା ରକ୍ତ ସମସ୍ୟାକୁ ସାମୟିକ ଦୂର କରିବା ଉଦ୍ଦେଶ୍ୟରେ ସାମ୍ବାଦିକଙ୍କ ପକ୍ଷରୁ ଅନୁଷ୍ଠିତ ଏହି ରକ୍ତଦାନ ଶିବିରରେ ନୟାଗଡ଼ ରୋଟାରୀ କ୍ଲବ ସହବନ୍ଧିତ ଭାବେ କାର୍ଯ୍ୟ କରିବ । ନୟାଗଡ଼ ସହରରେ ସ୍ୱେଚ୍ଛାସେବୀ, ବିଭିନ୍ନ ଅନୁଷ୍ଠାନ ଓ ଶିକ୍ଷାନୁଷ୍ଠାନ, ସରକାରୀ କର୍ମଚାରୀ ଓ ବୁଦ୍ଧିଜୀବୀ ଏହି ରକ୍ତଦାନ ଶିବିରରେ ସାମିଲ ହେବାକୁ ରୋଟାରୀ କ୍ଲବ ସଭାପତି ଶ୍ରୀକାନ୍ତ ଖଟେଇ ଆହ୍ୱାନ ଦେଇଛନ୍ତି । ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଶାନ୍ତ କୁମାର…

Read More

ଜିଲ୍ଲା ଉନ୍ନୟନ  ସମନ୍ୱୟ ଏବଂ ପର୍ଯ୍ୟାଲୋଚନା କମିଟି ବୈଠକ

ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା ପରିଷଦ ସୃଜନ ସମ୍ମଳନୀ କକ୍ଷରେ ମାନ୍ୟବର ସାଂସଦ କଟକ ଡଃ ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ପର୍ଯ୍ୟାଲୋଚନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ବାଚସ୍ପତିଙ୍କ ରଣପୁର ନିର୍ବାଚନ ମଣ୍ଡଳୀର ପ୍ରତିନିଧି ଇଂ. ଅଭିଷେକ ସାମନ୍ତରାୟ ପ୍ରମୁଖ ଯୋଗ ଦେଇଥିଲେ । ପ୍ରଥମେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ସ୍ୱାଗତ ଭାଷଣ ରଖିଥିଲେ । ଏହାପରେ ମାନ୍ୟବର ସାଂସଦ ତାଙ୍କ ଅଭିବ୍ୟକ୍ତି ରଖିଥିଲେ । ସେ କହିଲେ ଯେ, ‘ବେଟି ବଚାଓ ଓ ବେଟି ପଢ଼ାଓ’ ସଫଳତାର ସହିତ ଭାରତ ବର୍ଷର ଅନେକ ଯାଗାରେ ଚାଲିଛି । ଆମ ନୟାଗଡ଼ ଜିଲ୍ଲା ପୂର୍ବ ତୁଳନାରେ…

Read More

ଓଡ଼ଗାଁ ବ୍ଲକ ରୋହିବାଙ୍କ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର

ନୟାଗଡ଼, (ନୟାଗଡ଼ ଦର୍ପଣ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ଅଧ୍ୟୟନ ବିଭାଗ ଓଡ଼ିଶା ଭୁବନେଶ୍ୱର ଓ ନୟାଗଡ଼ ଜିଲ୍ଲା ଜଙ୍ଗଲ ପରିବେଶ ବିଭାଗ ତରଫରୁ ୨୦୨୪-୨୫ ବର୍ଷ ପାଇଁ ଓଡ଼ଗାଁ ବ୍ଲକରୁ ପନ୍ତିଖାରୀ ପଞ୍ଚାୟତ ଅନ୍ତର୍ଗତ ପନ୍ତିଖାରୀ ଶାସନ ନିବାସୀ ସନ୍ତୋଷ କୁମାର ସାହୁ ପ୍ରକୃତି ବନ୍ଧୁ ପୁରସ୍କାର ପାଇଛନ୍ତି। ସେ ରୋହିବାଙ୍କ ପଞ୍ଚାୟତ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ରୋହିବାଙ୍କର ଜଣେ ସରକାରୀ ଶିକ୍ଷକ ଅଟନ୍ତି। ସେ ୨୦୦୬ ମସିହାରୁ ଶିକ୍ଷକତା କରି ୨୦୦୭ ମସିହାରେ ପରିବେଶ ସଚେତନତା ସମ୍ବନ୍ଧିତ କେଳା କେଳୁଣୀ ଗୀତ ନାଚ ଦ୍ୱାରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଶାବାରୀର ନିଜ ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦେଇ ବିଜ୍ଞାନ ମେଳାରେ ସମଗ୍ର ଓଡଗାଁ ବ୍ଲକରେ ପରିଚିତ ହୋଇଥିଲେ। ତାପରେ ଇକୋକ୍ଳବ ଶିକ୍ଷକ ହିସାବରେ ବର୍ତ୍ତମାନ ଶିକ୍ଷକତା କରୁଥିବା ରୋହିବାଙ୍କ ଉଚ୍ଚ ବିଦ୍ୟାଳୟକୁ…

Read More

ଭିଜନ ଓଡ଼ିଶା ଏବଂ ବିକଶିତ ଭାରତ ପ୍ରତିଯୋଗିତାରେ ପିଲାମାନଙ୍କୁ ଜିଲ୍ଲାସ୍ତରୀୟ ସମ୍ବର୍ଦ୍ଧନା

ନୟାଗଡ଼,(ନୟାଗଡ଼ ଦର୍ପଣ): ସମଗ୍ର ଶିକ୍ଷା, ନୟାଗଡ଼ ପକ୍ଷରୁ ଆୟୋଜିତ ଭିଜନ ଓଡ଼ିଶା-୨୦୩୬ ଏବଂ ବିକଶିତ ଭାରତ-୨୦୪୭ ସମ୍ପର୍କିତ ସମ୍ବର୍ଦ୍ଧନା ସଭା ସ୍ଥାନୀୟ ନବଘନପୁର ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷାଧିକାରୀ ତଥା ପ୍ରକଳ୍ପ ସଂଯୋଜକ ଚିତ୍ତରଞ୍ଜନ ପାଣ୍ଡେଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ପ୍ରବନ୍ଧ ଏବଂ ଚିତ୍ରକଳା ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ୧୧ ଜଣ ଛାତ୍ରଛାତ୍ରୀଙ୍କୁ ପ୍ରମାଣ ପତ୍ର ପ୍ରଦାନ ସହିତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଜିଲ୍ଲା ଅନୁସୂଚିତ ଜାତି ଓ ଜନଜାତି ସଂଯୋଜିକା ଶୁଭସ୍ମିତା ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସଭାରେ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରିଣୀ ଗୀତାଞ୍ଜଳି ସାହୁ,ବନଲତା ବେହେରା ଏବଂ ସନ୍ଧ୍ୟାରାଣୀ ରାଉତ ପ୍ରମୁଖ ଯୋଗଦାନ କରି ଛାତ୍ରଛାତ୍ରୀ ମାନଙ୍କୁ ଆଗାମୀ ଦିନରେ ରାଜ୍ୟ ତଥା ଦେଶର ବିକାଶରେ ସହାୟକ ହୋଇ ଏକ ଉତ୍ତମ ନାଗରିକ ଭାବେ ନିଜକୁ ଗଢ଼ି ତୋଳିବାକୁ…

Read More

ସମର୍ପଣ ବୃଦ୍ଧାଶ୍ରମରେ ଓ୍ବାର୍ଲ୍ଡ ଏଲ୍ଡର୍ସ ଆବିୟ୍ଯୁସ୍ ଆଓ୍ବାରନେସ୍ ଦିବସ ପାଳନ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସହର ନିକଟସ୍ଥ ଲେଖନପୁର ଠାରେ ଗଢିଉଠିଥିବା ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅନୁଷ୍ଠାନ ତରଫରୁ ବିଶ୍ବ ବରିଷ୍ଠ ନାଗରିକଙ୍କୁ ଅବମାନନା ନ କରିବା ସଚେତନତା ଦିବସ ପାଳନ ହୋଇଯାଇଛି। ନୟାଗଡ଼ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ସଚିବ ତଥା ସିନିୟର ବିଭାଗ ବିଚାରପତି  ଅଞ୍ଜଳୀ ମଛଖଣ୍ଡ ମୁଖ୍ଯଅତିଥି ଭାବେ ଯୋଗଦେଇଥିଲା ବେଳେ ସମ୍ମାନିତ ଅତିଥି ଭାବେ ନୟାଗଡ଼ କଳା ପରିଷଦର ସଂପାଦିକା ପ୍ରଭାସିନୀ ନନ୍ଦ ଓ ଜିଲ୍ଲା ଆଇନସେବା ପ୍ରାଧିକରଣର ସାମାଜିକକର୍ମୀ କ୍ଷଣପ୍ରଭା କର ଯୋଗଦେଇ ବରିଷ୍ଠ ନାଗରିକମାନଙ୍କ ପ୍ରତି ସମସ୍ତଙ୍କର କି ପ୍ରକାର ଉତ୍ତର ଦାୟିତ୍ୱ ଓ କର୍ତ୍ତବ୍ଯ ଅଛି ସେ ବିଷୟରେ ଆଲୋଚନା କରିଥିଲେ। ବରିଷ୍ଠ ନାଗରିକମାନଙ୍କୁ ଉତ୍ତମ ବ୍ଯବହାର ପ୍ରଦର୍ଶନ କରିବା, ସେମାନଙ୍କର ସେବା ସୂଷୁଶ୍ରା କରିବା ଆଦି ବହୁ ଉପାଦେୟ ବିଷୟରେ ଅତିଥିମାନେ…

Read More

ନୟାଗଡ ଜିଲ୍ଲାରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଓ ରଥର ଶୁଭାରମ୍ଭ

ନୟାଗଡ଼,(ନୟାଗଡ଼ ଦର୍ପଣ): ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ଓ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାପାଳ ନୟାଗଡଙ୍କ କାର୍ଯ୍ୟାଳୟ ଠାରୁ ଉଦଘାଟନ କରାଯାଇଅଛି । ଏହି ସଚେତନତା ରଥଟିକୁ ମାନ୍ୟବର ପ୍ରାଣୀ ଓ ପଶୁସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଖଣ୍ଡପଡା ବିଧାୟକ ଦୁଷ୍ମନ୍ତ କୁମାର ସ୍ବାଇଁ ଓ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଦ୍ଵାରା ଶୁଭାରମ୍ଭ କରାଯାଇଥିଲା। ଏଥିରେ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ସଭାପତି ଜିଲ୍ଲା ଶିଶୁ ମଙ୍ଗଳ କମିଟି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କ ସହିତ ଜିଲା ଶ୍ରମ ଅଧିକାରୀ ଚିତ୍ତରଞ୍ଜନ ରାଉତ, ସହ ଶ୍ରମ ଅଧିକାରୀ ଅବଦୁଲ କାଦିର ଖାନ, ଜ୍ଞାନରଞ୍ଜନ ସାହୁ, ସୁଶ୍ରୀ ପୂଜାରିନ ସାମଲ ଓ ମୋନିକା ସେଠୀ ସହ ଜିଲ୍ଲା ଶ୍ରମ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଏବଂ ନୟାଗଡ ଜିଲ୍ଲାର ବିଭିନ୍ନ…

Read More

ସିପିଆଇ(ଏମ)ର ସାଧାରଣ ବୈଠକ

ଦଶପଲ୍ଲା, (ନୟାଗଡ଼ ଦର୍ପଣ): ମୈତ୍ରୀ ହୋଟେଲ ସମ୍ମିଳନୀ କକ୍ଷରେ ଭାରତର କମ୍ୟୁନିଷ୍ଟ ପାର୍ଟି(ମାର୍କସ ବାଦୀ)ର ଦଶପଲ୍ଲା ଲୋକାଲ କମିଟି ପକ୍ଷରୁ କର୍ମୀମାନଙ୍କର ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଏହି ସଭାରେ ପାର୍ଟିର ବରିଷ୍ଠ ନେତା କମ୍ରେଡ୍ ଶରତ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରିଥିଲେ। ପାର୍ଟିର ରାଜ୍ୟ ସମ୍ପାଦକ ମଣ୍ଡଳୀ ସଦସ୍ୟ କମ୍ରେଡ ଦୁଷ୍ମନ୍ତ କୁମାର ଦାସ ମୁଖ୍ୟବକ୍ତା ଭାବରେ ଯୋଗଦେଇ ମଦୁରାଇ ଠାରେ ଅନୁଷ୍ଠିତ ହୋଇଯାଇଥିବା ପାର୍ଟିର ସର୍ବଭାରତୀୟ ସମ୍ମିଳନୀ ବା ପାର୍ଟି କଂଗ୍ରେସରେ ଗ୍ରହଣ କରାଯାଇଥିବା ନିର୍ଧାରଣ ଗୁଡ଼ିକୁ ବିଶଦ ଭାବରେ ବ୍ୟାଖ୍ୟା କରିଥିଲେ । ପାର୍ଟିର ନେତା ଶରତ ଚନ୍ଦ୍ର ବେହେରା ପାର୍ଟିକୁ ଗୁଣାତ୍ମକ ଭାବେ ସଂଗଠିତ କରିବା ପାଇଁ ଆହ୍ବାନ ଦେବା ସହିତ କର୍ମୀ ମାନେ ନିଃସ୍ଵାର୍ଥପର ଭାବେ ଗଢି ତୋଳିବାକୁ ଆହ୍ବାନ ଦେଇଥିଲେ। ଶେଷରେ ଲୋକାଲ କମିଟି ସମ୍ପାଦକ ବିପିନ୍…

Read More