ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସହର ନିକଟସ୍ଥ ଲେଖନପୁର ଠାରେ ଗଢିଉଠିଥିବା ସମର୍ପଣ ବୃଦ୍ଧାଶ୍ରମ ହେଉଛି ଅସହାୟ ମାନଙ୍କର ସହାୟ। ଅବହେଳିତ, ନିଷ୍ପେସିତ, ନିର୍ଯ୍ଯାତିତ, ଲାଞ୍ଛିତ ତଥା ନିଃସହାୟ ବୃଦ୍ଧବୃଦ୍ଧାମାନଙ୍କ ପାଇଁ ସମର୍ପଣ ହେଉଛି ଏକ ନିରାପଦ ନିବାସ। ୨୦୧୯ ମସିହାରେ ଗଢି ଉଠିଥିବା ଏହି ସମର୍ପଣ ବୃଦ୍ଧାଶ୍ରମରେ ୨୫ ଜଣ ଅନ୍ତେବାସୀ ରହିଆସୁଛନ୍ତି। ଏମାନଙ୍କର ଭଲମନ୍ଦ ବୁଝାବୁଝି କରିବା ପାଇଁ ୨୫ ଜଣ ସଦସ୍ଯଙ୍କୁ ନେଇ ଏକ ସାଧାରଣ ପରିଷଦ ଗଠନ ହୋଇଥିବା ବେଳେ ସେମାନଙ୍କ ମଧ୍ଯରୁ ୦୭ ଜଣ ସଦସ୍ଯଙ୍କୁ ନେଇ ଏହାର ଗଭର୍ଣ୍ଣିଂବଡି ଗଠିତ। ଯେଉଁ ଗଭର୍ଣ୍ଣିଂବଡିରେ ଜିଲ୍ଲାପାଳ ସଭାପତି ଓ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ହେଉଛନ୍ତି ସଦସ୍ଯ। ଏହି ଦୁଇ ଜଣ ସଦସ୍ଯ ଏକ୍ସଅଫିସିଓ ସଦସ୍ଯ ଭାବେ କାର୍ଯ୍ୟ କରୁଥିବା ବେଳେ ଅନ୍ୟ ୦୫ ଜଣ ସଦସ୍ଯ ପ୍ରତି ୦୩…
Read MoreTag: Breaking News #Nayagarh
ସମଗ୍ର ରାଜ୍ୟରେ ବିତର୍କର ବିଜେତା ବିଶ୍ୱବିଜିତା
ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡିଶା ସାହିତ୍ୟ ଏକାଡେମୀର ୬୮ ତମ ସ୍ବନକ୍ଷତ୍ର ଦିବସ ପାଳନ ଅବସରରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର, ନୟାଗଡ଼ର ସପ୍ତମ ଶ୍ରେଣୀ ଛାତ୍ରୀ ସମଗ୍ର ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଛନ୍ତି ବିଶ୍ୱବିଜିତା ମହାନ୍ତି। ଓଡିଶା ସାହିତ୍ୟ ଏକାଡେମୀ ଦ୍ୱାରା ଆୟୋଜିତ ବକୃତା ପ୍ରତିଯୋଗିତାରେ ନୟାଗଡ଼ କ୍ଳଷ୍ଟର ସ୍ତରରେ ପ୍ରଥମ, ବ୍ଳକ ସ୍ତରରେ ପ୍ରଥମ ତାପରେ ଜିଲ୍ଲାରେ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରୀୟ ବକୃତା ପ୍ରତିଯୋଗିତାରେ ଭାଗନେଇ ପ୍ରଥମ ସ୍ଥାନ ଅଧିକାର କରି ବକୃତାରେ ବିଜେତା ହୋଇ ନୟାଗଡ଼ ଜିଲ୍ଲା ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଛନ୍ତି ସୁଶ୍ରୀ ବିଶ୍ବବିଜିତା। ଭୁବନେଶ୍ୱର ରବିନ୍ଦ୍ର ମଣ୍ଡପରେ ଆୟୋଜିତ ଏକାଡେମୀର ୬୮ତମ ସ୍ବନକ୍ଷତ୍ର ଦିବସ ପାଳନ ଅବସରରେ ମଞ୍ଚାସୀନ ଅତିଥି ଓଡିଶା ଭାଷା ସାହିତ୍ୟ ସଂସ୍କୃତି, ଉଚ୍ଚ ଶିକ୍ଷା ବିଭାଗ ମାନ୍ୟଵର ମନ୍ତ୍ରୀ…
Read Moreନୟାଗଡ଼ର ଉଭୟ ବନଖଣ୍ଡ ଅଧିକାରୀଙ୍କ ବଦଳି
ନୟାଗଡ଼, (ନୟାଗଡ଼ ଦର୍ପଣ): ରାଜ୍ୟ ସରକାରଙ୍କ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ବନଖଣ୍ଡ ଅଧିକାରୀଙ୍କ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। ଯେଉଁଥିରେ ୩୪ ଜଣ ବନଖଣ୍ଡ ଅଧିକାରୀଙ୍କ ବଦଳି ହୋଇଛି। ଏହା ମଧ୍ୟରେ ନୟାଗଡ଼ର ଉଭୟ ବନଖଣ୍ଡ ଅଧିକାରୀ (ଟେରିଟୋରିଆଲ ଓ ବନ୍ୟପ୍ରାଣୀ)ଙ୍କ ବଦଳି ହୋଇଛି । ଟେରିଟୋରିଆଲ ବନଖଣ୍ଡ ଅଧିକାରୀ କ୍ଷମା ଷଡ଼ଙ୍ଗୀଙ୍କ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ, ଓଡ଼ିଶା କାର୍ଯ୍ୟାଳୟକୁ ବଦଳି ହୋଇଥିବା ବେଳେ ତାଙ୍କ ସ୍ଥାନରେ କୁଚିଣ୍ଡା ବନଖଣ୍ଡ ଅଧିକାରୀ ଦେବାର୍ଚ୍ଚନ ବେହେରାଙ୍କୁ ନିଯୁକ୍ତି ମିଳିଛି। ସେହିଭଳି ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ଫାଲ୍ଗୁନୀ ସାରଥୀ ମଲିକଙ୍କର ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ବନ୍ୟପ୍ରାଣୀ) କାର୍ଯ୍ୟାଳୟକୁ ବଦଳି ହୋଇଥିବା ବେଳେ ତାଙ୍କ ସ୍ଥାନରେ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ, ଓଡ଼ିଶା କାର୍ଯ୍ୟାଳୟରେ ଥିବା ଅମରେଶନାଥ ପ୍ରଧାନଙ୍କୁ…
Read More