ପ୍ରାଥମିକ ଶିକ୍ଷକ ସମ୍ମିଳନୀ ଓ ଶପଥପାଠ ଉତ୍ସବ

ଓଡ଼ଗାଁ,(ନୟାଗଡ଼ ଦର୍ପଣ): ଓଡଗାଁ ବ୍ଳକ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଶରଣକୁଳ ଅଡିଟୋରିୟମ ଗୃହରେ ସମସ୍ତ ପୁରାତନ ପ୍ରାଥମିକ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ନେଇ ଏକ ପ୍ରାଥମିକ ଶିକ୍ଷକ ସମ୍ମିଳନୀ ଓ ଶପଥପାଠ ଉତ୍ସବ ପାଳିତ ହୋଇଯାଇଛି। ଏଥିରେ ସମସ୍ତ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ଉପସ୍ଥିତ ଥିଲେ। ଏହି ସଭାରେ ଅବସରପ୍ରାପ୍ତ ଶିକ୍ଷକ ଏମ. ଦିନବନ୍ଧୁ ମହାପାତ୍ର, ରାମକୃଷ୍ଣ ପରିଡ଼ା ଅତିଥି ଭାବେ ଯୋଗଦେଇଥିବା ବେଳେ ଆଠଟି ବ୍ଳକର ସମସ୍ତ ବର୍ଗର ଶିକ୍ଷକ ପ୍ରତିନିଧି ଏବଂ ଓଡ଼ଗାଁ ବ୍ଳକର ନୂତନ ପେନସନ ଭୁକ୍ତ ଶିକ୍ଷକ ସଂଘର ସଭାପତି ନରେଶ ପାଣିଗ୍ରାହୀ, ସମନ୍ୱୟ ଶିକ୍ଷକ ସଂଘର କାର୍ଯ୍ୟକାରୀ ସଭାପତି ମନୋଜ କୁମାର ନାୟକ, ଏକ୍ସ କ୍ୟାଡ଼ର ସଭାପତି ଜୟକୃଷ୍ଣ ପ୍ରଧାନ, ସମ୍ପାଦକ ଜଗନ୍ନାଥ ବାରିକ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଜ୍ୟୋତିରଞ୍ଜନ ଦାଶ ଏବଂ ସମ୍ପାଦକ ଭକ୍ତରଞ୍ଜନ ମିଶ୍ର…

Read More